ମହିଳାଙ୍କୁ ଅସଦାଚରଣ, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧୨: ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଗେଟବଜାର ପଞ୍ଚାନନ ନଗରର ଶ୍ରୀକାନ୍ତ ବେହେରା। ମାମଲା ନଂ.୨୬୩/୧୯ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଧାରା ୧୬୪ ଅନୁସାରେ ଏସଡ଼ିଜେଏମ କୋର୍ଟରେ ମହିଳାଙ୍କ ବୟାନ ରେକର୍ଡ କରାଯାଇଛି। ବ୍ରହ୍ମପୁରରେ ଏକ ଘରୋଇ କେବଲ ସଂସ୍ଥାରେ ସେଲ୍ସମ୍ୟାନ କାମ କରୁଥିବା ଶ୍ରୀକାନ୍ତ ସମ୍ପୃକ୍ତ ମହିଳାଙ୍କୁ କିଛିଦିନ ହେଲା ଏକ ତରଫା ଭଲ ପାଇ ଆସୁଥିଲେ। ଏଥିରେ ବିଫଳ ହେବା ପରେ ତାଙ୍କୁ ସେ ବିଭିନ୍ନ ସମୟରେ ଅଶ୍ଳୀଳ ଇଙ୍ଗିତ କରି ଆସୁଥିଲେ। ଗୁରୁବାର ସକାଳେ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶ୍ରୀକାନ୍ତ ଘରେ ପଶି ମହିଳା ଜଣଙ୍କୁ ଟଣାଓଟରା କରିବା ସହ ତାଙ୍କୁ ଅସଦାଚରଣ କରିଥିଲେ। ମହିଳା ଚିତ୍କାର କରିବାରୁ ଶ୍ରୀକାନ୍ତ ତାଙ୍କୁ ଧମକ ଦେଇ ଘରୁ ଦୌଡ଼ି ପଳାଇଥିଲେ। ପରେ ମହିଳା ଜଣକ ତାଙ୍କ ସ୍ବାମୀଙ୍କୁ ଏକଥା ଜଣାଇ ଟାଉନ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri