ମହିଳାଙ୍କୁ ଅସଦାଚରଣ, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧୨: ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଗେଟବଜାର ପଞ୍ଚାନନ ନଗରର ଶ୍ରୀକାନ୍ତ ବେହେରା। ମାମଲା ନଂ.୨୬୩/୧୯ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଧାରା ୧୬୪ ଅନୁସାରେ ଏସଡ଼ିଜେଏମ କୋର୍ଟରେ ମହିଳାଙ୍କ ବୟାନ ରେକର୍ଡ କରାଯାଇଛି। ବ୍ରହ୍ମପୁରରେ ଏକ ଘରୋଇ କେବଲ ସଂସ୍ଥାରେ ସେଲ୍ସମ୍ୟାନ କାମ କରୁଥିବା ଶ୍ରୀକାନ୍ତ ସମ୍ପୃକ୍ତ ମହିଳାଙ୍କୁ କିଛିଦିନ ହେଲା ଏକ ତରଫା ଭଲ ପାଇ ଆସୁଥିଲେ। ଏଥିରେ ବିଫଳ ହେବା ପରେ ତାଙ୍କୁ ସେ ବିଭିନ୍ନ ସମୟରେ ଅଶ୍ଳୀଳ ଇଙ୍ଗିତ କରି ଆସୁଥିଲେ। ଗୁରୁବାର ସକାଳେ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶ୍ରୀକାନ୍ତ ଘରେ ପଶି ମହିଳା ଜଣଙ୍କୁ ଟଣାଓଟରା କରିବା ସହ ତାଙ୍କୁ ଅସଦାଚରଣ କରିଥିଲେ। ମହିଳା ଚିତ୍କାର କରିବାରୁ ଶ୍ରୀକାନ୍ତ ତାଙ୍କୁ ଧମକ ଦେଇ ଘରୁ ଦୌଡ଼ି ପଳାଇଥିଲେ। ପରେ ମହିଳା ଜଣକ ତାଙ୍କ ସ୍ବାମୀଙ୍କୁ ଏକଥା ଜଣାଇ ଟାଉନ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri