ମହିଳାଙ୍କୁ ଦୁର୍ବ୍ୟବହାର ସହ ଲୁଟ୍‌: ଅଭିଯୁକ୍ତଙ୍କୁ କାବୁ କରି ଛେଚିଲେ ଲୋକେ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜନୈକା ମହିଳାଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସୋମବାର ବିଳମ୍ବିତ ରାତିରେ ଦୁର୍ବ୍ୟବହାର କରିବା ସହ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟେଶନରେ ଥିବା ଅନ୍ୟ ଲୋକମାନେ ସମ୍ପୃକ୍ତ ଯୁବକଙ୍କୁ ଧରି ମାଡ଼ ମାରିବା ପରେ ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ଏ ନେଇ ଷ୍ଟେଶନରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ମହିଳା ଜଣକ ଜିଲା ବାହାରର ହୋଇଥିବାରୁ ସେ ଘଟଣା ସମ୍ପର୍କରେ ଅଭିଯୋଗ ନ କରିବାରୁ ଆରପିଏଫ୍‌ ଅଟକ ଯୁବକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମହିଳା ଜଣକ ଚିକିତ୍ସା ପାଇଁ ଆସିଥିଲେ। ମେଡିକାଲରୁ ଡିସ୍‌ଚାର୍ଜ ପରେ ସେ ଘରକୁ ଫେରିବାକୁ ସ୍ବାମୀଙ୍କ ସହ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ସେ ମହିଳା ପ୍ରତୀକ୍ଷାଳୟରେ ଶୋଇଥିବା ବେଳେ ତାଙ୍କ ସ୍ବାମୀ ପ୍ଲାଟଫର୍ମରେ ବସିଥିଲେ। ରାତି ପ୍ରାୟ ସାଢ଼େ ଗୋଟାଏରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସମ୍ପୃକ୍ତା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ମହିଳା ଜଣକ ପାଟି କରିବାରୁ ଯୁବକ ଜଣଙ୍କ ଏକ ପଲିଥିନ୍‌ ବ୍ୟାଗ ନେଇ ଦୌଡ଼ି ପଳାଇଥିଲେ। ପ୍ଲାଟଫର୍ମରେ ଥିବା ଲୋକମାନେ ଯୁବକଙ୍କୁ କାବୁ କରିବା ସହ ମାଡ଼ ମାରି ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ରେଳବାଇ ଥାନାରେ ଅଭିଯୋଗ କରିବାକୁ ମହିଳା ଜଣଙ୍କୁ ବୁଝାଶୁଝା କରାଯାଇଥିଲେ ବି ସେ ଅଭିଯୋଗ ନ କରିବାରୁ ଯୁବକ ଜଣଙ୍କୁ ଦୀର୍ଘ ସମୟ ଅଟକ ରଖିବା ପରେ ଛାଡ଼ି ଦିଆଯାଇଥିବା ଆରପିଏଫ୍‌ ଅଧିକାରୀ ପ୍ରବୀର କୁମାର ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri