ମହିଳାଙ୍କୁ ଦୁର୍ବ୍ୟବହାର ସହ ଲୁଟ୍‌: ଅଭିଯୁକ୍ତଙ୍କୁ କାବୁ କରି ଛେଚିଲେ ଲୋକେ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜନୈକା ମହିଳାଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସୋମବାର ବିଳମ୍ବିତ ରାତିରେ ଦୁର୍ବ୍ୟବହାର କରିବା ସହ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟେଶନରେ ଥିବା ଅନ୍ୟ ଲୋକମାନେ ସମ୍ପୃକ୍ତ ଯୁବକଙ୍କୁ ଧରି ମାଡ଼ ମାରିବା ପରେ ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ଏ ନେଇ ଷ୍ଟେଶନରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ମହିଳା ଜଣକ ଜିଲା ବାହାରର ହୋଇଥିବାରୁ ସେ ଘଟଣା ସମ୍ପର୍କରେ ଅଭିଯୋଗ ନ କରିବାରୁ ଆରପିଏଫ୍‌ ଅଟକ ଯୁବକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମହିଳା ଜଣକ ଚିକିତ୍ସା ପାଇଁ ଆସିଥିଲେ। ମେଡିକାଲରୁ ଡିସ୍‌ଚାର୍ଜ ପରେ ସେ ଘରକୁ ଫେରିବାକୁ ସ୍ବାମୀଙ୍କ ସହ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ସେ ମହିଳା ପ୍ରତୀକ୍ଷାଳୟରେ ଶୋଇଥିବା ବେଳେ ତାଙ୍କ ସ୍ବାମୀ ପ୍ଲାଟଫର୍ମରେ ବସିଥିଲେ। ରାତି ପ୍ରାୟ ସାଢ଼େ ଗୋଟାଏରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସମ୍ପୃକ୍ତା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ମହିଳା ଜଣକ ପାଟି କରିବାରୁ ଯୁବକ ଜଣଙ୍କ ଏକ ପଲିଥିନ୍‌ ବ୍ୟାଗ ନେଇ ଦୌଡ଼ି ପଳାଇଥିଲେ। ପ୍ଲାଟଫର୍ମରେ ଥିବା ଲୋକମାନେ ଯୁବକଙ୍କୁ କାବୁ କରିବା ସହ ମାଡ଼ ମାରି ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ରେଳବାଇ ଥାନାରେ ଅଭିଯୋଗ କରିବାକୁ ମହିଳା ଜଣଙ୍କୁ ବୁଝାଶୁଝା କରାଯାଇଥିଲେ ବି ସେ ଅଭିଯୋଗ ନ କରିବାରୁ ଯୁବକ ଜଣଙ୍କୁ ଦୀର୍ଘ ସମୟ ଅଟକ ରଖିବା ପରେ ଛାଡ଼ି ଦିଆଯାଇଥିବା ଆରପିଏଫ୍‌ ଅଧିକାରୀ ପ୍ରବୀର କୁମାର ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri