ମହିଳାଙ୍କୁ ପ୍ରତାରଣା କରି ଫେରାର ହେବା ଘଟଣା: ଦୁଇ ବର୍ଷ ପରେ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିିକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଟାଉନ୍‌ ଥାନା ପୋଲିସ ମଙ୍ଗଳବାର ରାତିରେ ଗିରଫ କରିଛି। ସେ ହେଲେ ଗାନ୍ଧୀନଗର ୯ମ ସାରଣୀରେ ରହୁଥିବା ଲଲାଟେନ୍ଦୁ ଦଳାଇ (୩୯)। ମାମଲା(ନଂ-୧୬୦/୧୭) ଅନୁସାରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟୀ, ଦୁଇବର୍ଷ ତଳେ ଉକ୍ତ ମହିଳାଙ୍କ ସହ ଲଲାଟେନ୍ଦୁଙ୍କ ପ୍ରେମ ସମ୍ପର୍କ ରହିଥିଲା। ଏପରିକି ସେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖୁଥିଲେ। ହେଲେ ବିବାହ କରିବାକୁ ମହିଳାଜଣଙ୍କ ଜିଦ କରିବାରୁ ଲଲାଟେନ୍ଦୁ ତାଙ୍କୁ ଧମକ ଦେବା ସହ ଫେରାର ହୋଇଯାଇଥିଲେ। ପ୍ରତାରଣାର ଶିକାର ହେବା ଜାଣିବା ପରେ ପୀଡ଼ିତା ଗତ ୨୦୧୭ ସେପ୍ଟେମ୍ବର ୪ରେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରଠାରୁ ଲଲାଟେନ୍ଦୁ ଫେରାର ଥିବାବେଳେ ପୋଲିସ ତାଙ୍କୁ ଗିରଫ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri