ମହିଳାଙ୍କୁ ବଳାତ୍କାର ଅଭିଯୋଗ,ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଏତଲା କ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ନଂ. ୨୨୦/୧୯ ଦଫା ୩୭୬ (୨) (ଏନ୍‌) ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ୨୦୧୮ ନଭେମ୍ବର ୩ ତାରିଖରୁ ୨୦୧୯ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଇଲାକାର ଜଣେ ବ୍ୟକ୍ତି ତାଙ୍କୁ ବିଭିନ୍ନ ସମୟରେ ବ୍ଲାକମେଲିଂ କରି ବଳାତ୍କାର କରିଥିବା ମହିଳା ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି। ଲୋକଲଜ୍ଜା ଭୟରେ ସେ ଅଭିଯୋଗ କରୁ ନ ଥିଲେ। କିନ୍ତୁ ମାନସିକ ଯନ୍ତ୍ରଣା ଅସହ୍ୟ ହେବାରୁ ବାଧ୍ୟହୋଇ ମହିଳା ଜଣକ ଶନିବାର ଥାନାରେ ଏତଲା ଦେଇଥିବା ପୋଲିସକୁ କହିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସନ୍ଦିଗ୍ଧ ଇଲାକାରେ ଚଢ଼ାଉ କରିଥିଲେ ମଧ୍ୟ ତାଙ୍କୁ ଧରିପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri