ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର ବେହାରି ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୭ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୧ ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
୨୦୧୭ ଜାନୁୟାରୀ ୧ତାରିଖରେ ଶିଳ୍ପାଞ୍ଚଳ ଥାନା ଅଞ୍ଚଳର ଶଶିଧର ମଣ୍ଡଳ (୩୫) ତାଙ୍କ ସମ୍ପର୍କୀୟ ମାଇଁଙ୍କ ଘରକୁ ଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ଶଶିଧର ତାଙ୍କୁ ମାଇଁଙ୍କୁ ବଳାତ୍କାର କରିଥିଲେ। ମହିଳା ଜଣକ ନିଜର ସମ୍ମାନ ବଞ୍ଚାଇବା ପାଇଁ ଉକ୍ତ ଘଟଣାକୁ ଲୁଚାଇ ରଖିବାକୁ ଚେଷ୍ଟା କରୁଥିବା ବେଳେ ଶଶିଧର ତାଙ୍କ ସ୍ବାମୀଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଦେବା ସହ ସର୍ବସାଧାରଣରେ ପ୍ରକାଶ କରିବାକୁ ଧମକ ଦେଇଥିଲେ। ଲୋକଲଜ୍ଜାକୁ ଡରି ମହିଳା ଜଣକ ୨୦୧୭ ଏପ୍ରିଲ ୪ ତାରିଖରେ କିରୋସିନି ଢ଼ାଳି ନିଆଁ ଲଗାଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସେଠାରେ ତତ୍କାଳୀନ ଡାକ୍ତରଖାନା ଫାଣ୍ଡି ଏଏସ୍‌ଆଇ ବିଶ୍ୱମ୍ଭର ଚକ୍ରବର୍ତ୍ତୀ ତଦନ୍ତ କରୁଥିବା ବେଳେ ମହିଳାଜଣଙ୍କ ତାଙ୍କ ଭଣଜା ଶଶିଧର ଏଭଳି ଧମକ ଦେଉଥିବାରୁ ସେ ଆମତ୍ହତ୍ୟା ଉଦ୍ୟମ କରିଥିବା ମୃତ୍ୟୁକାଳୀନ ଜମାନବନ୍ଦୀରେ ପ୍ରକାଶ କରିଥିଲେ। ଏହାପରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁକାଳୀନ ଜମାନବନ୍ଦୀକୁ ଭିତ୍ତି କରି ଏଏସ୍‌ଆଇ ଚକ୍ରବର୍ତ୍ତୀ ଶିଳ୍ପାଞ୍ଚଳ ଥାନାରେ ଏପ୍ରିଲ ୬ ତାରିଖରେ ଏକ ହତ୍ୟା ମାମଲା (ନଂ. ୪୧/୨୦୧୭) ରୁଜୁ କରିଥିଲେ। ମୃତ୍ୟୁକାଳୀନ ଜମାନବନ୍ଦୀ, ୧୬ଜଣ ସାକ୍ଷ୍ୟଙ୍କ ବୟାନ ଓ ୧୮ ଦସ୍ତାବିଜ୍‌ ଅନୁଯାୟୀ ବିଚାରପତି ଏହି ଦଣ୍ଡାଦେଶ ଦେଇଛନ୍ତି। ଉକ୍ତ ମାମଲାରେ ସରକାରଙ୍କ ପକ୍ଷରୁ ଆଇନ୍‌ଜୀବୀ ଦୀପକ କୁମାର ଦାସ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri