ମହିଳାଙ୍କୁ ହତ୍ୟା ଧମକ ମାମଲା: ଅଭିଯୁକ୍ତ ଦୋଷୀ

ଛତ୍ରପୁର,୧୩ା୯(ଡି.ଏନ୍‌.ଏ.)-ମହିଳାଙ୍କୁ ହତ୍ୟା ଧମକ ମାମଲାର ୪ ମାସ ମଧ୍ୟରେ ଶୁଣାଣି କରି ଛତ୍ରପୁର ସବ୍‌ଡିଭିଜନାଲ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ପାଣିଗ୍ରାହୀ ଶୁକ୍ରବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଗଞ୍ଜାମ ଥାନା କଲ୍ୟାଣପୁର ମଝିସାହିର ଡ଼ି ଲିଙ୍ଗରାଜ ରେଡ୍ଡୀ। ଜୀବନରେ ମାରିବା ଧମକ ଦେବା ଅପରାଧ ନିମନ୍ତେ ଉଦ୍ଦିଷ୍ଟ ଦଣ୍ଡରେ ତାଙ୍କୁ ଦଫା ୫୦୬ ଅନୁସାରେ ୪ମାସ କାରାଦଣ୍ଡ ଓ ୧୦୦୦ ଟଙ୍କା ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ନିର୍ଦ୍ଧାରିତ ଅର୍ଥ ଦେଇ ନ ପାରିଲେ ଅଧିକ ୭ଦିନ ଜେଲଦଣ୍ଡ ଭୋଗିିବାକୁ ରାୟ ପ୍ରକାଶ ପାଇଛି। ସରକାରଙ୍କ ପକ୍ଷରୁ କ୍ୟାଡର୍‌ ଏପିପି ରାଜେଶ କୁମାର୍‌ ମିଶ୍ର, ଏପିପି କୃଷ୍ଣଚନ୍ଦ୍ର ବେହେରା ଓ ଏପିପି ସୌରୀ ପ୍ରସାଦ ବେହେରା ମାମଲା ପରିଚାଳନା କରିଥିଲେ। ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲ ୨୭ ତାରିଖରେ ଅଭିଯୋଗକାରୀ ମହିଳାଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ଲିଙ୍ଗରାଜ ତାଙ୍କୁ ଅସଦାଚରଣ କରିଥିଲେ। ଏ ସମ୍ପର୍କରେ ପୋଲିସକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ମହିଳାଙ୍କ ପାଟି ଶୁଣି ତାଙ୍କ ଭଉଣୀ ପହଞ୍ଚି ଅଭିଯୁକ୍ତଙ୍କ କବଳରୁ ତାଙ୍କୁ ବଞ୍ଚାଇଥିଲେ । ଏ ନେଇ ମହିଳା ଜଣଙ୍କ ତାଙ୍କ ବାପାଙ୍କ ସହ ଗଞ୍ଜାମ ଥାନାକୁ ଯାଇ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୩୨/୨୦୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋଲିସ ଏଏସ୍‌ଆଇ ବିଜୟ କୁମାର ନାୟକ ଏହି ମାମଲାର ଚାର୍ଜଶିଟ ଦାଖଲ କରିଥିଲେ।
୬ ସାକ୍ଷୀ ଓ ଅନ୍ୟ ପ୍ରମାଣକୁ ବିଚାର କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri