ମହୁମାଛି ଆକ୍ରମଣ: ୨ ଛାତ୍ରୀ ଆହତ

ବାଙ୍କୀ,୧୪।୩ (ସ୍ବ.ପ୍ର.): ଡମପଡ଼ା ବ୍ଲକ ସିଂହନାଥପୁରର ବ୍ରହ୍ମେଇଁ ଠାକୁରାଣୀଙ୍କ ପୀଠରେ ଶୁକ୍ରବାର ମହୁମାଛି ଆକ୍ରମଣରେ ବାଙ୍କୀ କଲେଜ ଅର୍ଥନୀତି ବିଭାଗର ୨ ଛାତ୍ରୀ ଆହତ ହୋଇଛନ୍ତି। ସେମାନେ ବାଙ୍କୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେବାପରେ ଏବେ ସୁସ୍ଥ ଥିବା ଜଣାପଡିଛି। ଅର୍ଥନୀତି ବିଭାଗ ଛାତ୍ରୀଛାତ୍ର ଏହି ପୀଠକୁ ଭୋଜି କରିବାକୁ ଆସିଥିଲେ। ପୀଠରେ ଥିବା ଏକ ବଟଗଛ ନିକଟରେ ରୋଷେଇ କରୁଥିବା ବେଳେ ଗଛରେ ବସା ବାନ୍ଧିଥିବା ଏକ ମହୁ ଫେଣାରୁ ମହୁମାଛି ବାହାରି ଛାତ୍ରୀଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏ ସମ୍ପର୍କରେ ବ୍ରହ୍ମେଇଁ କମିଟିର ସମ୍ପାଦକ ବକ୍ସି ସୁଧାଂଶୁ ରଞ୍ଜନ ପଟ୍ଟନାୟକ କହିଛନ୍ତି, ମା’ଙ୍କ ଆସ୍ଥାନ ଠାରୁ ପ୍ରାୟ ୫୦ଫୁଟ ଉଚ୍ଚରେ ମହୁମାଛି ବସାବାନ୍ଧିଛନ୍ତି। ୨ ଦିନ ତଳେ ସେମାନଙ୍କୁ ଘଉଡାଇବା ପାଇଁ ନିଆଁ ହୁଳା ଜାଳିଥିଲୁ। ହେଲେ ପରଦିନ ସକାଳେ ସେମାନେ ପୁନର୍ବାର ସେଠାକୁ ଫେରିଆସିଥିଲେ। ଏନେଇ ଡମପଡ଼ା ବନ ବିଭାଗକୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri