ଭବାନୀପାଟଣା,୨୪।୨(ଡି.ଏନ୍.ଏ.): କଳାହଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କଲମ ଗ୍ରାମ ମହୁଲକୋଟପଡ଼ାକୁ ବିଜୁଳି ସଂଯୋଗ ନ ହେବା ଘଟଣାରେ ଭବାନୀପାଟଣା ଖାଉଟି ଅଦାଲତ ପକ୍ଷରୁ ଏନ୍ଟିପିସି ମ୍ୟାନେଜର ଓ ୱେସ୍କୋ ବିଭାଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।
ସୂଚନାଯୋଗ୍ୟ,ମହୁଲକୋଟପଡ଼ାରେ ୧୫୦ରୁ ଅଧିକ ବିପିଏଲ୍ ହିତାଧିକାରୀ ରହୁଛନ୍ତି। ଏହି ବିପିଏଲ୍ ପରିବାରକୁ ସୌଭାଗ୍ୟ ଯୋଜନାରେ ବିଜୁଳି ସଂଯୋଗ ପାଇଁ ଗାଁରେ ଟ୍ରାନ୍ସଫର୍ମର ଲଗାଇ ଖୁଣ୍ଟ ପୋତାଯାଇଛି। ଜନବସତି ମଧ୍ୟ ଦେଇ ୧୧ କେଭି ବିଦ୍ୟୁତ୍ ତାର ଯାଉଥିବାରୁ କେତେଜଣ ଗ୍ରାମବାସୀ ତାହାକୁ ବିରୋଧ କରୁଥିବା ଅଭିଯୋଗ ହୋଇଛି। ତେଣୁ ଗ୍ରାମ ବାହାରେ ବିଦ୍ୟୁତ୍ ତାର ଟଣାଯାଉ ନଚେତ୍ ୧୧ କେଭି ତାର ଯେଉଁଠି ସରିଛି ସେଠାରେ ଟ୍ରାନ୍ସଫର୍ମର ବସାଇ ଗ୍ରାମକୁ କେବୁଲ ମାଧ୍ୟମରେ ସମସ୍ତ ଘରକୁ ବିଜୁଳି ସଂଯୋଗ କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଗ୍ରାମବାସୀ ଜଣାଇଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାରୁ ୧୦ ବର୍ଷରୁ ଅଧିକ ବିଦ୍ୟୁତ୍ ବ୍ୟବହାର କରୁଥିବା ଗ୍ରାମବାସୀଙ୍କ ଟ୍ରାନ୍ସଫର୍ମରରୁ ବିଦ୍ୟୁତ୍ ତାର କାଟି ନେଇଯାଇଥିବା ପଡ଼ାବାସୀ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଥିଲେ।
ମହୁଲକୋଟପଡ଼ାକୁ ବିିଜୁଳି ସଂଯୋଗ ନ ହେବା ଘଟଣା: ଏନ୍ଟିପିସି ମ୍ୟାନେଜର ଓ ୱେସ୍କୋ ବିଭାଗକୁ କାରଣ ଦର୍ଶାଅ ନୋଟିସ
Posted inଆମ ଜିଲା ଖବର, କଳାହାଣ୍ଡି View All
ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ
ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…
କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା
ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…
୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର
ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…
Archives

