ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ ହେବନି। ରାଜ୍ୟର କୋଣ ଅନୁକୋଣରେ ଆୟୋଜିତ ହୋଇ ଆସୁଥିବା ଉତ୍ସବ, ମହୋତ୍ସବଗୁଡ଼ିକରେ ସ୍ଥାନୀୟ କଳାକାରଙ୍କୁ ଅଗ୍ରାଧିକାର ମିଳିବ। ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’କୁ ଗୁରୁତ୍ୱ ଦେଇ ନୃତ୍ୟ, ସଙ୍ଗୀତ ଓ ନାଟକର ଉନ୍ନତି ପାଇଁ ଏକାଡେମୀ କାର୍ଯ୍ୟ କରିବ। ରାଜ୍ୟର କୌଣସି ଅଞ୍ଚଳର କଳାକାରଙ୍କୁ ଅବହେଳା କରାଯିବ ନାହିଁ। ଏକାଡେମୀ ପକ୍ଷରୁ ସମସ୍ତ କଳାକାରଙ୍କୁ ସମାନ ସୁବିଧା ସୁଯୋଗ ଦିଆଯିବ ବୋଲି ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଭାବେ ଦାୟିତ୍ୱ ନେଇଥିବା ନାଟ୍ୟ ନିର୍ଦ୍ଦେଶକ, ଅଭିନେତା ତଥା ନାଟ୍ୟକାର ପ୍ରବୋଧ ରଥ କହିଛନ୍ତି।
ଗତ ୧୮ ତାରିଖରେ ରଥଙ୍କୁ ଏକାଡେମୀର ନୂତନ ସଚିବ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲା। ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେବା ଅବସରରେ ଏକାଡେମୀର ପୂର୍ବତନ ସଚିବ ଅଧ୍ୟାପକ ଡ. ବିଜୟ କୁମାର ଜେନା ପୁଷ୍ପଗୁଚ୍ଛ ଦେଇ ରଥଙ୍କୁ ସ୍ବାଗତ କରିବା ସହ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ରଥ ଦାୟିତ୍ୱ ନେବା ଅବସରରେ ନୃତ୍ୟ, ସଙ୍ଗୀତ ଓ ନାଟକ କ୍ଷେତ୍ରର ବହୁ ବ୍ୟକ୍ତିବିଶେଷ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ଏକାଡେମୀ କର୍ମଚାରୀମାନଙ୍କ ପକ୍ଷରୁ ମଧ୍ୟ ତାଙ୍କୁ ସ୍ବାଗତ କରାଯାଇଥିଲା। କର୍ମଚାରୀମାନେ ନିଜ ଏବଂ ଏକାଡେମୀର ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହ ତାହାର ସମାଧାନ ଦିଗରେ ସହଯୋଗ ଲୋଡ଼ିଥିଲେ। ଗତ ୨ ତାରିଖରେ ଏକାଡେମୀର ପୂର୍ବତନ ସଚିବ ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡ଼ିଶୀ କଣ୍ଠ ସଙ୍ଗୀତ ବିଭାଗର ଅଧ୍ୟାପକ ଡ. ବିଜୟ କୁମାର ଜେନାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ଏହାପରେ ଭାରପ୍ରାପ୍ତ ଭାବେ ସେ ଦାୟିତ୍ୱ ତୁଲାଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri