ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି।

ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା ବିଧାନସଭା ଆସନରୁ ନିର୍ବାଚନ ମଇଦାନକୁ ଓହ୍ଲାଉଛନ୍ତି ନୌକ୍ଷମ ଚୌଧୁରୀ। ନୌକ୍ଷମଙ୍କ ଶିକ୍ଷାଗତ ଯୋଗ୍ୟତାକୁ ଯଦି ଦେଖାଯାଏ, ତେବେ ସେ ତିନୋଟି ବିଷୟରେ ଏମ୍‌ଏ କରିଛନ୍ତି। ପ୍ରଥମେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଦୁଇଟି ବିଷୟରେ ଏମ୍‌ଏ କରିବା ପରେ ସେ ଲଣ୍ଡନ ଚାଲିଯାଇଥିଲେ। ସେଠାରେ ପଢ଼ୁଥିବା ସମୟରେ ତାଙ୍କୁ ଏକ କମ୍ପାନୀରେ କାମ କରିବାକୁ ସୁଯୋଗ ମିଳିଥିଲା। ହେଲେ ଏବେ ସେ ସବୁକିଛି ଛାଡ଼ି ବିଧାୟିକା ହେବାକୁ ନିଷ୍ପତ୍ତି ନେଇଛନ୍ତିି। ତାଙ୍କୁ ଭାଜପା ପକ୍ଷରୁ ଟିକେଟ ମଧ୍ୟ ମିଳି ସାରିଛି।

ତେବେ ରାଜନୀତିରେ ନୂଆ ନୁହନ୍ତି ନୌକ୍ଷମ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ସମୟରେ ଛାତ୍ର ରାଜନୀତିରେ ସାମିଲ ଥିଲେ। ସେଠାରୁ ପଢ଼ା ଶେଷ କରିବା ପରେ ସେ ଲଣ୍ଡନ ଚାଲିଯାଇଥିଲେ। ତିନି ବର୍ଷ ଧରି କାମ କରିବା ପରେ ତାଙ୍କୁ ସ୍ବଦେଶକୁ ଫେରିବାକୁ ଇଚ୍ଛା ହୋଇଥିଲା। ସେ ନିଜର ଘର, ପରିବାର ତଥା ରାଜ୍ୟବାସୀଙ୍କପାଇଁ କିଛି କରିବାକୁ ଚାହୁଁଥିଲେ। ଏଣୁ ସେ ଶେଷରେ ଭାରତ ଫେରିଥିବା କୁହାଯାଉଛି। ଏବେ ତାଙ୍କୁ ମାତ୍ର ୨୬ ବର୍ଷ। ଏକ ମାସ ପୂର୍ବେ ସେ ଭାଜପାରେ ଯୋଗ ଦେଇଥିବା ବେଳେ ଏବେ ନିର୍ବାଚନରେ ଲଢ଼ିବା ପାଇଁ ଟିକେଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri