ମା’ ଆଗରେ ଚାଲିଗଲା ପୁଅ ଜୀବନ

କାମାକ୍ଷାନଗର, ୫।୩(ଡି.ଏନ.ଏ.) – ବିବାହ ଭୋଜିରେ ଯୋଗଦେବାକୁ ଖୁସି ମନରେ ବାହାରିଥିଲେ ଘରୁ। ସାଙ୍ଗରେ ଥିଲେ ୫ବର୍ଷର ପୁଅ। ଘଣ୍ଟାଏ ପରେ ପହଞ୍ଚତ୍ଥାନ୍ତେ ବିବାହ ଭୋଜିରେ। ହେଲେ ବିଧିର ବିଧାନ ଥିଲା କିଛି ଅଲଗା। ମୃତ୍ୟୁ ଦୂତ ସାଜି ଆସିଥିବା ହାଇଓ୍ବା କେଇ ସେକେଣ୍ଡ ଭିତରେ ସବୁକିଛି କରିଦେଲା ଓଲଟପାଲଟ। ମା’ର ଆଖି ଆଗରେ ଚାଲିଗଲା ନିରୀହ ଶିଶୁ ଜୀବନ। ବୁଧବାର ମଧ୍ୟାହ୍ନରେ ଏପରି ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡ଼ସୁଅଁ।ଳ ରଙ୍ଗମାଟିଆ ଗ୍ରାମରେ। ଏଥିରେ ବାଇକ୍‌ ଚାଳକ ଗୁରୁତର ହୋଇଥିବାବେଳେ ମୃତ ଶିଶୁଙ୍କ ମା’ ବର୍ତ୍ତିଯାଇଛନ୍ତି।
ସିଆରିମାଳିଆ ଗ୍ରାମର ସୁଧାକର ପ୍ରଧାନଙ୍କ ସ୍ତ୍ରୀ କନକ, ତାଙ୍କ ପୁଅ ବିନୟ ଏବଂ ସମ୍ପର୍କୀୟ ନିରଞ୍ଜନ ନାୟକ ବାଇକ୍‌ (ନଂ. ଓଡ଼ି ୦୬ ଏଫ୍‌ ୧୧୫୦)ରେ କଙ୍କଡ଼ାହାଡ଼ ବ୍ଲକ ଉର୍ବେଙ୍ଗୀକୁ ଏକ ବିବାହ ଭୋଜିରେ ଯୋଗଦେବାକୁ ଯାଉଥିଲେ। ରଙ୍ଗମାଟିଆ ନିକଟରେ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ବାଲାଜୀ ଠିକାସଂସ୍ଥାର ହାଇଓ୍ବା (ନଂ. ଓଡି ୦୧ ଏବି ୯୫୦୮) ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବିନୟ ଗାଡ଼ିରୁ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ନିରଞ୍ଜନଙ୍କ ଡାହାଣ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାବେଳେ କନକ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଗୁରୁତର ଅବସ୍ଥାରେ ନିରଞ୍ଜନଙ୍କୁ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚତ୍ ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି। ଏ ନେଇ ନଂ. ୬୬/୨୦୨୦, ଦଫା ୨୭୯, ୩୩୭, ୩୩୮, ୩୦୪ (ଏ)ରେ ମାମଲା ରୁଜୁ କରାଯାଇଛି। ଏହି ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri