ମା’ ତାରିଣୀଙ୍କ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଘଟଗାଁ, ୩୧ା୧୨- ମା’ ତାରିଣୀଙ୍କୁ ୨୦୧୯ ବର୍ଷ ଶେଷଦିନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗଲା ଓ ତାଙ୍କ ପୁତ୍ର ଚୈତନ୍ୟ ବାଗ୍‌ଲା ମଙ୍ଗଳବାର ଆସି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଗଲା ଘଟଗାଁ ମିନି ଷ୍ଟାଡିୟମଠାରେ ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ ଆସି ଅବତରଣ କରିଥିଲେ। ସେଠାରୁ ସିଧାସଳଖ କାର୍‌ରେ ଆସି ମନ୍ଦିର ଅତିଥି ନିବାସ ଠାରେ ପହଞ୍ଚିଥିଲେ। ମା’ ତାରିଣୀଙ୍କ ମନ୍ଦିରକୁ ଚାଲି ଚାଲି ଯାଇ ମୁଖଶାଳା ଦେଇ ପ୍ରବେଶ କରି ନିଜର ମନସ୍କାମନା ପୂରଣ ପାଇଁ ନଡ଼ିଆ, ଫୁଲ ଓ ଶାଢ଼ି ଅର୍ପଣ କରିଥିଲେ। ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ତାଙ୍କୁ ସ୍ବାଗତ ଓ ଉପଢ଼ୌକନ ପ୍ରଦାନ କରାଯିବା ସହିତ ମା’ଙ୍କ ଧାନମୂର୍ତ୍ତି ପ୍ରଦାନ କରାଯାଇଥିଲା। ଏହି ଅବସରରେ ସେ ମା’ଙ୍କ କିମ୍ବଦନ୍ତୀ ସମ୍ପର୍କରେ ଓ ପୂଜାନୀତି ବିଷୟରେ ସମସ୍ତ ତଥ୍ୟ ପଚାରି ବୁଝିଥିଲେ। ଗସ୍ତ କାର୍ଯ୍ୟକ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି କେନ୍ଦୁଝର ମିତ୍ରଭାନୁ ମହାପାତ୍ର ତାଙ୍କୁ ସ୍ବାଗତ କରିଥିଲେ। ଟ୍ରଷ୍ଟବୋର୍ଡ ପକ୍ଷରୁ ମନ୍ଦିର ପରିଚାଳନା ବୋର୍ଡ ସଭାପତି ରାଜେନ୍ଦ୍ର ପଟ୍ଟନାୟକ, ସଦସ୍ୟ ଆନନ୍ଦ ଚନ୍ଦ୍ର ସିଂହ, ଦୟାନିଧି ମହାନ୍ତ, ନିର୍ମଳ ମହାନ୍ତି, ଆକାଉଣ୍ଟାଣ୍ଟ ଅକ୍ଷୟ ବେହେରାଙ୍କ ସମେତ ମନ୍ଦିର କର୍ମଚାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ସେହିପରି କେନ୍ଦୁଝର ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା, ଆଲୋକ ରାଉତ, ରତିକାନ୍ତ ବରାଳ, ବଲ୍ଲଭ ମିଶ୍ର, ଚତୁର୍ଭୁଜ ରାଉତ, ପ୍ରଭାକର ନାୟକ, ଦିଲ୍ଲୀପ ବଳ, ପ୍ରଶାନ୍ତ ଦଳେଇ, ମୋହନ ହେମ୍ବ୍ରମ, ସଦାନନ୍ଦ ନାୟକ ସମେତ ଜିଲା କଂଗ୍ରେସ କମିଟିର ସମସ୍ତ ସଦସ୍ୟ ମୁଖ୍ୟମନ୍ତ୍ରୀ ବାଗଲାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ମା’ଙ୍କ ନିକଟରେ ପୂଜା ଓ ଦର୍ଶନ ବ୍ୟବସ୍ଥା ପାଇଁ ମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ବାଗଲା ଦର୍ଶନ ସାରି ମା’ଙ୍କ ପ୍ରସାଦ ସେବନ କରିଥିଲେ। ପରେ ସ୍ଥାନୀୟ ଡାକବଙ୍ଗଳାଠାରେ କଂଗ୍ରେସର ବରିଷ୍ଠ ନେତୃତ୍ୱ ଓ ସଦସ୍ୟ ସହିତ ଆଲୋଚନା କରି ୨ଟା ୪୦ରେ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri