Posted inଖେଳ

ମା’ ଦୁର୍ଗାଙ୍କ ଜଣେ ବଡ ଭକ୍ତ ଏହି ବାଂଲାଦେଶୀ କ୍ରିକେଟର

ଲଣ୍ଡନ, ୧୮।୬: ଚଳିତ ବିଶ୍ୱକପରେ ବିପର୍ଯ୍ୟୟ ଘଟାଇଛି ବାଂଲାଦେଶ। ସୋମବାର ଅନୁଷ୍ଠିତ ହାଇ ସ୍କୋରିଂ ମ୍ୟାଚ୍‌ରେ ସାକିବ-ଅଲ-ହାସନଙ୍କ ଶତକ ଏବଂ ଲିଟନ ଦାସଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୭ ଓ୍ବିକେଟରେ ପରାସ୍ତ କରିଛି ବାଂଲାଦେଶ। ସାକିବ ୯୯ ବଲରେ ୧୨୪ ରନ କରିଥିବାବେଳେ ଲିଟନ ୬୯ ବଲରୁ ୮ଟି ଚୌକା ଏବଂ ୪ଟି ଛକା ସହ ୯୪ରନରେ ଅପରାଜିତ ରହିଥିଲେ। ଏହି ମ୍ୟାଚ୍‌ରେ ସାକିବଙ୍କ ଅପେକ୍ଷା ଲିଟନଙ୍କ ପାଳିର ଅଧିକ ଚର୍ଚ୍ଚା ହେଉଛି। ଲିଟନ ଜଣେ ହିନ୍ଦୁ ଖେଳାଳି। ସେ ମା’ ଦୁର୍ଗାଙ୍କ ଜଣେ ବଡ ଭକ୍ତ। ୨୦୧୫ରେ ସୋସିଆଲ ମିଡିଆରେ ଦଶହରା ପୂଜାବେଳେ ମା’ ଦୁର୍ଗାଙ୍କ ଫଟୋ ପୋଷ୍ଟ କରି ବିବାଦ ଘେରକୁ ଆସିଥିଲେ। ଅନେକ ୟୁଜର୍ସ ତାଙ୍କୁ ସମାଲୋଚନା କରିଥିଲେ। ଏହାର ସଫେଇ ଦେଇ ଲିଟନ କହିଥିଲେ, ମୁଁ ପ୍ରଥମେ ଜଣେ ବାଂଲାଦେଶୀ, ମୋତେ ମୋ ଧର୍ମଠାରୁ ଅଲଗା କରା ନ ଯାଉ। ସୂଚନାଯୋଗ୍ୟ, ଲିଟନ ୨୯ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୬୭୮ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri