ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା

ତାଳଚେର,୧୭ା୯(ନି.ପ୍ର.)

ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଯୁବତୀ ପୁଷ୍ପଲତା ବେହେରା। ପୁଷ୍ପଲତାଙ୍କ ସମ୍ପର୍କରେ ଖବରପାଇବା ପରେ ତାଙ୍କ ପୂରାତନ ସହପାଠୀମାନେ (୧୯୯୬ ମାଟ୍ରିକ୍‌ ବ୍ୟାଚ୍‌) ସୋମବାର ତାଙ୍କୁ ଭେଟି ୧୦ ହଜାର ଟଙ୍କାର ଅର୍ଥରାଶି ସହାୟତା ପ୍ରଦାନ କରିଛନ୍ତି।
ଘଟଣାରୁ ପ୍ରକାଶ, ଗତ ଜୁଲାଇ ୪ରେ ଭାଇଙ୍କ ଶୁଦ୍ଧିକ୍ରିୟା ଥିଲା। ସେହି ରାତ୍ରିରେ ପୁଷ୍ପଲତାଙ୍କୁ ଏକ ସାପ କାମୁଡି ଦେଇଥିଲା। ଗ୍ରାମର ରାକେଶ୍‌ ବେହେରାଙ୍କଠାରୁ ଖବରପାଇ ସାମାଜିକ କର୍ମୀ କ୍ଷୀରୋଦ ସାହୁ ପୁଷ୍ପଲତାଙ୍କୁ ତୁରନ୍ତ ମଣ୍ଡାପାଳ ଡାକ୍ତରଖାନା ନେଇଥିଲେ। ସେଠାରୁ ତାଙ୍କୁ ଅନୁଗୋଳ ଓ ପରେ କଟକ ବଡ ମେଡିକାଲ୍‌ ପଠାଯାଇଥିଲା। ସେଠାରୁ ସୁସ୍ଥ ହୋଇ ଫେରିବା ପରେ ପୁଷ୍ପଲତା ଏକାକୀ ଅସହାୟ ଅବସ୍ଥାରେ ରହୁଥିଲେ। ପୁଷ୍ପଲତାଙ୍କ ଫଟୋ ସହ ଅସହାୟତା ସମ୍ପର୍କରେ ସାମାଜିକ କର୍ମୀ ସାହୁ ସୋସିଆଲ୍‌ ମିଡିଆରେ ଅପଲୋଡ୍‌ କରିବା ପରେ ତାଙ୍କ ସହପାଠୀମାନେ ସହଯୋଗ ପାଇଁ ଆଗେଇ ଆସିଥିଲେ। ଅପରାହ୍ନରେ ରିଲି ସାହୁ, ଗୌରୀ ସାହୁ, ଡଲି ପଟ୍ଟନାୟକ, ସୁଶାନ୍ତ ସ୍ବାଇଁ, ସରୋଜ ବେହେରା, ମାଗୁଣି ଧୀର, ମନୋଜ ସାମଲ, ରଶ୍ମୀ ରଞ୍ଜନ ସାହୁ, ଅକ୍ଷୟ ସାହୁ, ପ୍ରତାପ ଦେବତା, ସନ୍ତୋଷ ସେନାପତି ପୁଷ୍ପଲତାଙ୍କ ଘରକୁ ଯାଇ ୧୦ ହଜାର ଟଙ୍କା ଦେବା ସହ ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ। ଯଥାଶୀଘ୍ର ତାଙ୍କୁ ମୋ କୁଡିଆ ଯୋଜନାରେ ଘର ଦେବା ପାଇଁ ସହପାଠୀମାନେ ସରପଞ୍ଚଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସାମାଜିକ କର୍ମୀ କ୍ଷୀରୋଦ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri