ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ

ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ। ସକାଳେ ପୀଠସ୍ଥଳୀରେ ମା’ଙ୍କ ଯଥାରୀତି ପୂଜାର୍ଚ୍ଚନା କରାଯାଇଥିଲା। ଶ୍ରଦ୍ଧାଳୁମାନେ ଧାଡ଼ିରେ ଆସି ମା’ଙ୍କ ଦର୍ଶନ କରିଥିଲେ। ଯାତ୍ରାରେ ୫ଶହରୁ ଊର୍ଦ୍ଧ୍ୱ ଦୋକାନ ବଜାର ପଡିଛି। ମନୋହରି, ପିତ୍ତଳ ସାମଗ୍ରୀ, ପୋଷାକ ଦୋକାନ ସହ ବିଭିନ୍ନ ପ୍ରକାର ଖାଦ୍ୟ ବିକ୍ରି କରାଯାଉଛି। ବିଭିନ୍ନ ସାମଗ୍ରୀ କିଣିବା ସହ ଲୋକେ ଖାଇବା ଜିନିଷର ମଜା ନେଉଛନ୍ତି। ସେହିପରି ଯାତ୍ରା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ଶୁକ୍ରବାର ମା’ଙ୍କ ଯାତ୍ରା ଉଦ୍‌ଯାପିତ ହେବ। ଯାତ୍ରା ପରେ ମା’ ଲୋଭୀ ତୁଳସୀପାଳ ସ୍ଥିତ ଦିଅଁ ଘରକୁ ବାହୁଡିବେ। ଟ୍ରଷ୍ଟ ବୋର୍ଡ ସଭାପତି ସୁନୀଲ ମାଝି, ସମ୍ପାଦକ ଭଜମନ ମହାନ୍ତି, ଅନ୍ତର୍ଯ୍ୟାମୀ ବିଶ୍ୱାଳ, ବୈକୁଣ୍ଠ ବେହେରା, ବିଦ୍ୟାଧର ସାମଲ, ପ୍ରଶାନ୍ତ ମାଝି, ସଂସାର ମାଝି, ଗୋକୁଳ ନାୟକ, ଦୈତାରୀ ସାହୁ, ପ୍ରଫୁଲ୍ଲ ଅଝା, ଲୋକନାଥ ମାଝି, ଗଗନ ସାହୁ, ରାହାସ ବିଶ୍ୱାଳ, ରାମ ସାମଲ, ପଟେଇତ ମାଝିଙ୍କ ସମେତ ପୂଜା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀ ଯାତ୍ରା ପରିଚାଳନାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri