ମା’ ହେବାକୁ ଯାଉଛନ୍ତି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଗର୍ଲ ଫ୍ରେଣ୍ଡ

ଲଣ୍ଡନ,୧।୩: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ପ୍ରେମିକା କୈରି ସାଇମଣ୍ଡସ୍‌ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ଖବର ଜଣାପଡିବା ପରେ ପୂର୍ବରୁ ସେମାନେ ବିବାହ କରିଛନ୍ତି ବୋଲି ଶନିବାର କହିଛନ୍ତି। ତେବେ ଚଳିତବର୍ଷ ଗ୍ରୀଷ୍ମ ଆରମ୍ଭରେ ଏମାନେ ମାତାପିତା ହେବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାୟଳ ୧୦ ଡାଉନିଂ ଷ୍ଟ୍ରିଟ୍‌ ପକ୍ଷରୁ ମଧ୍ୟ ଏହା ସ୍ପଷ୍ଟ କରାଯାଇଛି। ସାଇମଣ୍ଡସ୍‌ ତାଙ୍କ ପର୍ସନାଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବୋରିସଙ୍କ ସହ ଏକ ଫଟୋ ଶେୟାର କରି ମା’ ହେବାର ସୂଚନା ଦେବାପରେ ଏହା ଜଣାପଡିଥିଲା। ପ୍ରଧାନମନ୍ତ୍ରୀ ବୋରିସଙ୍କୁ ଏବେ ୫୫ ବର୍ଷ ହୋଇଥିବା ବେଳେ ସାଇମଣ୍ଡସ୍‌ଙ୍କୁ ମାତ୍ର ୩୧ ବର୍ଷ। ଉଭୟେ ଗତବର୍ଷ ଶେଷ ବେଳକୁ ବିବାହ କରିଥିବା ଘୋଷଣା କରିଛନ୍ତି। ବୋରିସଙ୍କର ଏହା ତୃତୀୟ ବିବାହ ହୋଇଥିବା ବେଳେ ୨୦୧୮ରେ ସେ ତାଙ୍କ ସହଧର୍ମିଣୀଙ୍କ ସହ ୨୬ ବର୍ଷର ସମ୍ପର୍କକୁ ତୁଟାଇ ଦେଇଥିଲେ। ଆଉ ୨୦୧୯ରୁ ହିଁ ସେ ସାଇମଣ୍ଡସ୍‌ଙ୍କ ସହ ରିଲେସନଶିପରେ ଥିଲେ। ତେବେ ଅବିବାହିତ ଭାବେ ବୋରିସ ଓ ସାଇମଣ୍ଡସ୍‌ଙ୍କ ଯୋଡି ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ରହିବା ଆରମ୍ଭ କରିଥିବା ବେଳେ, ବୋରିସ ୨୫୦ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱରେ ଥିବା ସମୟରେ ବିବାହ କରିଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri