ମାଆଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ଥିଲା ଶେଷ ପୋଷ୍ଟ

ମୁମ୍ବାଇ: ବଲିଉଡ୍‌ର ଜଣେ ଆଗଧାଡିର କଳାକାର ସୁଶାନ୍ତ ସିଂ ରାଜପୁତ ରବିବାର ତାଙ୍କ ବାନ୍ଦ୍ରା ସ୍ଥିତ ଘରେ ଆତ୍ମହତ୍ୟା କରିଥିବା ଖବର ଆସିଛି। ଯାହା ବଲିଉଡ୍‌ ଜଗତ ପାଇଁ ନିଶ୍ଚିତ ଭାବେ ବଡ ଦୁଃଖଦ ଖବର। ମାତ୍ର ୩୪ ବର୍ଷ ବୟସରେ ସୁଶାନ୍ତଙ୍କ ପରଲୋକ ଖବରକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ତାଙ୍କ ପ୍ରଶଂସକ। ସୁଶାନ୍ତ ନିଜ ଘରେ ପଙ୍ଖାରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଖବର ପ୍ରଥମେ ତାଙ୍କ ଚାକର ପୋଲିସକୁ ଦେଇଥିବା ସୂଚନା ମିଳିଛି। କିଛିଦିନ ହେବ ସୁଶାନ୍ତ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିଲେ। ପ୍ରାୟ ୧୦ ଦିନ ତଳେ ସେ ତାଙ୍କ ମା’ଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ଶେଷ ପୋଷ୍ଟ କରିଥିବା ଦେଖାଯାଇଛି। ଯାହା ଏବେ ଆଲୋଚନା ହେଉଛି। ଏହି ପୋଷ୍ଟରେ ସେ ଲେଖିଥିଲେ, ଲୁହରେ ବାଷ୍ପିଭୂତ ହୋଇଥିବା ଅତୀତ, ଅସମାପ୍ତ ସ୍ବପ୍ନ ଗୁଡିକ ସ୍ମିତହାସ୍ୟରେ ଖୋଦିତ ଏବଂ ଏକ କ୍ଷଣସ୍ଥାୟୀ ଜୀବନ ପରସ୍ପର ମଧ୍ୟରେ ବୁଝାମଣା..’। ଏମିତି ଏକ ଇମୋଶନାଲ ପୋଷ୍ଟ ସେ ତାଙ୍କ ମା’ଙ୍କ ଉଦ୍ଦେଶ୍ୟରେ ଲେଖିଥିଲେ। ସୂଚନାଯୋଗ୍ୟ, ସୁଶାନ୍ତଙ୍କୁ ଯେତେବେଳେ ୧୬ ବର୍ଷ ବୟସ ହୋଇଥିଲା ସେତେବେଳେ ସେ ତାଙ୍କ ମା’ଙ୍କୁ ହରାଇଥିଲେ। ହେଲେ ବହୁବାର ସେ ସୋସିଆଲ ମିଡିଆରେ ତାଙ୍କ ମା’ଙ୍କ ପ୍ରତିଥିବା ଭଲପାଇବାକୁ ଉପସ୍ଥାପନ କରିଛନ୍ତି। ଏବେ ସେ ମୁମ୍ବାଇ ବାନ୍ଦ୍ରାରେ ଥିବା ଘରେ ଏକାକୀ ରହୁଥିବା ବେଳେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ବଲିଉଡ୍‌ ମୁଭି କାଇ ପୋ ଚେ, କେଦାରନାଥ, ଛିଛୋରେ, ଏମ୍‌ ଏସ୍‌ ଧୋନୀ ଭଳି ହିଟ୍‌ ଫିଲ୍ମ ତାଙ୍କୁ ଦର୍ଶକଙ୍କ ହୃଦୟରେ ଅଭୁଲା କରି ରଖିବ। ନିକଟରେ ବଲିଉଡ୍‌ କଳାକାର ଇର୍ଫାନ ଖାଁ ଓ ରିଷି କପୁରଙ୍କ ପରଲୋକ ଖବର ମନରୁ ନ ଲିଭୁଣୁ ଏବେ ସୁଶାନ୍ତଙ୍କ ପରଲୋକ ସିନେ କଳାକାର ମହଲରେ ଆଉ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri