ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍‌ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର, କଟକ ଓ ପୁରୀକୁ ନେଇ ଗଠିତ ସ୍ବର୍ଣ୍ଣିମ ତ୍ରିିଭୂଜର ନୂତନ ଚିନ୍ତାଧାରାର ବ୍ୟକ୍ତି ଓ ପ୍ରତିଷ୍ଠାନମାନଙ୍କୁ ମାଇଁ ସିଟି ଆୱାର୍ଡସ୍‌ରେ ସମ୍ବର୍ଦ୍ଧିତ କରାଯିବା ସହ ସମାଜ ପାଇଁ ଅଙ୍ଗୀକାରବଦ୍ଧତା ଓ ଉତ୍କୃଷ୍ଟ କାର୍ଯ୍ୟକଳାପ ନିମନ୍ତେ ସେମାନଙ୍କୁ ସମ୍ମାନିତ କରାଯାଇଛି। ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଶକ୍ତି, ଉଦ୍ୟୋଗ, ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ତଥା ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଅତିଥିଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଚଳିତ ସଂସ୍କରଣର ମାଇଁ ସିଟି ଆୱାର୍ଡସ୍‌ରେ ସ୍ବସ୍ତି ଗ୍ରୁପ୍‌ର ପ୍ରତିଷ୍ଠାତା ଜିତେନ୍ଦ୍ର କୁମାର ମହାନ୍ତି, ମେ’ଫେୟାର ହୋଟେଲ, କଳା ଓ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମି, ଗୁପ୍ତା ପାୱାର ପରିଚାଳନା ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଗୁପ୍ତା, ଅଳୀ ମହୋତ୍ସବର ଡ. ଶ୍ରୁତି ମହାପାତ୍ର, ମଦର୍ସ୍‌ ପବ୍ଲିକ୍‌ ସ୍କୁଲର ପଲ୍ଲୀ ପଟ୍ଟନାୟକ, ଅନୀଲ ଧୀର୍‌, ସୁପରିଚିତ ରଘୁ ଦହିବରା ଭାବେ ଜଣାଶୁଣା ରଘୁନାଥ ସାସମଲ୍‌, ଅଲିଭ୍‌ ରିଡ୍‌ଲେ କଇଁଛମାନଙ୍କର ସୁରକ୍ଷା ନିମନ୍ତେ ପୁରୀଠାରୁ ଏକ ଅଭିଯାନରେ ବାହାରିଥିବା ପ୍ରସିଦ୍ଧ ପରିବେଶବିତ୍‌ ଓ ସାମାଜିକ କର୍ମୀ ସୌମ୍ୟରଞ୍ଜନ ବିଶ୍ୱାଳ ଏବଂ ଦିଲୀପ କୁମାର ବିଶ୍ୱାଳଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ଆକାଶ ଦାଶ ନାୟକ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଅଭିନେତା କୁନା ତ୍ରିପାଠୀ, ସ୍ପିଣ୍ଟର ଦୂତୀ ଚାନ୍ଦ ପ୍ରମୁଖ ଯୋଗଦେଇଥିଲେ। ଏଥିମାଇଁ ସିଟି ଲିଙ୍କସ୍‌ର ସହକାରୀ ସମ୍ପାଦିକା ଦୀକ୍ଷା ତିୱାରୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ଭୁବନେଶ୍ୱର ରନ୍‌ ୱେ ୱିକ୍‌ ନାମକ ଏକ ଫ୍ୟାଶନ ଶୋ’ର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri