Posted inଖେଳ

ମାଇକେଲ ହୋଲ୍‌ଡିଂଙ୍କ ଅଭିଯୋଗ

ଲଣ୍ଡନ, ୨୧ା୫ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦାନ ଆକାରରେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ (ସିଡବ୍ଲ୍ୟୁଆଇ)କୁ ଦେଇଥିବା ଅଧା ନିୟୁତ ଡଲାରର ଠିକଣା ଉପଯୋଗ କରିନାହିଁ। ଏହି ଅଭିଯୋଗ କରିଛନ୍ତି ଦେଶର ମହାନ୍‌ ଫାଷ୍ଟ ବୋଲର ମାଇକେଲ ହୋଲ୍‌ଡିଂ। ଏକ ୟୁଟ୍ୟୁବ୍‌ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ୟାନେଲ କେର୍‌ ଫୋଷ୍ଟର(ପିକେଏଫ୍‌)ର ଅଡିଟ୍‌ ରିପୋର୍ଟକୁ ସେ ଉପସ୍ଥାପନ କରିଥିଲେ। କ୍ୟାରିବିୟନରେ କ୍ରିକେଟ ପରିଚାଳନାରେ ଅନେକ ତ୍ରୁଟି ରହିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ୨୦୧୩-୧୪ରେ ବିସିସିଆଇ ୫ଲକ୍ଷ ଆମେରିକୀୟ ଡଲାର ଦାନ କରିଥିଲା। ଏହି ଅର୍ଥକୁ ବିଶେଷ କରି ପୂର୍ବତନ ଖେଳାଳିମାନଙ୍କ ଉଦ୍ଦେଶ୍ୟରେ ଖର୍ଚ୍ଚ କରିବା ଲାଗି କହିଥିଲା। ମାତ୍ର ତାହା କରାଯାଇ ନାହିଁ। ମୁଁ ଜଣେ ପୂର୍ବତନ ଖେଳାଳି, ଦାନ ଅର୍ଥରୁ ମୋତେ କିଛି ମିଳୁ ବୋଲି ମୁଁ ଦାବି କରୁନାହିଁ। କିନ୍ତୁ ବହୂ ପୂର୍ବତନ ଖେଳାଳି ଅଛନ୍ତି, ଯେଉଁମାନେ ଏ ବିଷୟରେ କିଛି ଜାଣନ୍ତି ନାହିଁ ଅବା ଟଙ୍କାଟିଏ ହେଲେ ପାଇ ନାହାନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡଠାରୁ ମିଳିଥିବା ଏହି ଅର୍ଥକୁ କେଉଁ ବାଟେ ଖର୍ଚ୍ଚ କରାଯାଇଛି ସେ ସମ୍ପର୍କରେ ମୁଁ ଖୁବ୍‌ଶୀଘ୍ର ଜଣାଇବି ବୋଲି କହିଛନ୍ତି ୬୬ ବର୍ଷୀୟ ହୋଲ୍‌ଡିଂ। ସିଡବ୍ଲ୍ୟୁଆଇ ଅଡିଟ୍‌ ରିପୋର୍ଟକୁ କାହିଁକି ସାଧାରଣରେ ପ୍ରକାଶ କଲା ନାହିଁ ସେ ନେଇ ପ୍ରଶ୍ନ ଉଠାଇଥିଲେ। ରିପୋର୍ଟରେ ଯାହା ଉଲ୍ଲେଖ କରାଯାଇଛି, ଯଦି ଅଧିକ ପ୍ରକାଶ କରିବି ତେବେ ମୁଁ ନିଜେ ଉତ୍ତେଜିତ ହୋଇପଡ଼ିବି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri