ମାଉସୀ ଘର ଯିବେ ମହାପ୍ରଭୁ : ପଥ ଚାହିଁଛି ୩ ରଥ

ଅନୁଗୋଳ ଅଫିସ, ୪।୭ – ରଥରେ ଚଢ଼ି ମାଉସୀ ଘର ଯିବେ ମହାପ୍ରଭୁ। ଏଥିପାଇଁ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଉ ମାତ୍ର କେଇ ଘଣ୍ଟା ପରେ ଟାହିଆ ହଲାଇ ପହଣ୍ଡିରେ ଆସି ରଥାରୁଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ଏହାପରେ ଠାକୁରଙ୍କ ପଥକୁ ଚାହିଁ ରହିଥିବା ୩ ରଥ ଗଡ଼ିବ ବଡ଼ଦାଣ୍ଡରେ।
କାଳିଆ ଠାକୁରଙ୍କ ଏହି ନବଦିନାତ୍ମକ ଯାତ୍ରା ପାଇଁ ଅନୁଗୋଳ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମନ୍ଦିର ସମ୍ମୁଖରେ ରଥକୁ ପ୍ରସ୍ତୁତ କରି ରଖାଯାଇଛି। ଗୁରୁବାର ସକାଳେ ଶ୍ରୀଜୀୟୁମାନଙ୍କ ବିଭିନ୍ନ ନୀତି ହେବା ପରେ ପହଣ୍ଡି ଆରମ୍ଭ ହେବ। ଭୋର ସାଢ଼େ ୩ଟାରୁ ଦ୍ୱାର ଫିଟା ସହ ମଙ୍ଗଳ ଆରତି କରାଯିବ। ଏହାପରେ ୪ଟାରେ ସେନାପଟା ଲାଗି ସହ ଅବକାଶ ନୀତି ଓ ରୋସ ହୋମ ହେବ। ୫ଟା ୩୦ରେ ବେଶ ଲାଗି, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗରୁଡ଼ ପୂଜା, ବାଳ ଧୂପ ଓ ଖେଚୁଡ଼ି ଧୂପ କରାଯିବ। ସାଢ଼େ ୭ଟାରେ ବଡ଼ଦାଣ୍ଡରେ ରଥ ପ୍ରତିଷ୍ଠା ଓ ଚାରମାଳ ଲାଗି କରାଯିବ। ୮ଟାରେ ମଙ୍ଗଳାର୍ପଣ ପରେ ୯ଟାରେ ପହଣ୍ଡି ଆରମ୍ଭ ହେବ। ପୂର୍ବାହ୍ନ ୧୧ଟାରେ ମଦନମୋହନ ରଥ ଉପରକୁ ବିଜେ କରିବେ। ଏହାପରେ ମନ୍ଦିର ପରିଚାଳନା କମିଟି ସଭାପତି ତଥା ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପସଭାପତି ତଥା ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କୁ ନିମନ୍ତ୍ରଣ କରାଯିବ। ମଧ୍ୟାହ୍ନ ୧୨ଟାରେ ତିନି ରଥରେ ଛେରାପହଁରା ଓ ଅପରାହ୍ନ ୧ଟାରେ ଘୋଡ଼ା, ସାରଥି ସଂଯୋଜନ, ଚାରମାଳ ଉଲାଗି ପରେ ରଥ ଦୌଡ଼ି ବନ୍ଧାଯିବ। ଅପରାହ୍ନ ୩ଟାରେ ରଥ ଟଣା ଆରମ୍ଭ ହେବ। ସନ୍ଧ୍ୟା ସାଢ଼େ ୬ଟାରେ ୩ ରଥକୁ ମାଉସୀମା ମନ୍ଦିର ରଥ ଖଳାରେ ପ୍ରବେଶ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ଦିର ପରିଚାଳନା କମିଟି ସମ୍ପାଦକ ହେମନ୍ତ କୁମାର ଦାସ ସୂଚନା ଦେଇଛନ୍ତି। ଖଳାରେ ରଥ ରହିବା ପରେ ଭକ୍ତଙ୍କୁ ଶ୍ରୀଜୀଉମାନେ ଦର୍ଶନ ଦେବେ। ଶୈଳଶ୍ରୀକ୍ଷେତ୍ରରୁ ମାଉସୀମା ମନ୍ଦିରକୁ ଯିବା ରାସ୍ତାରେ ଅନୁଗୋଳ କୋର୍ଟ ଓ ଥାନା ନିକଟରେ ରଥାରୂଢ଼ ଠାକୁରଙ୍କୁ ଶୁଖିଲା ଭୋଗ ଲାଗି କରାଯିବାର ବ୍ୟବସ୍ଥା ରହିଛି। ତାଳଧ୍ୱଜ ରଥ ଦାୟିତ୍ୱରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ନନ୍ଦିଘୋଷ ରଥ ଦାୟିତ୍ୱରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିିରାୟ ଓ ଦର୍ପଦଳନ ରଥ ଦାୟିତ୍ୱରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦାଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri