ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍‌ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଦାମୋଦର ଓରଫ ବାଲେମ ନାରାୟଣ ସ୍ବାମୀ ଓ ସ୍ତ୍ରୀ ଫୁଲବତୀ। ଦାମୋଦର ପୂର୍ବତନ ମାଓବାଦୀ ଡିଭିଜନ କମିଟି ସମ୍ପାଦକ ତଥା ମାଲକାନଗିରି ପୂର୍ବତନ ଜିଲାପାଳ ଭିନୀଲ କ୍ରିଷ୍ଣାଙ୍କ ଅପହରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ। ଏଥିସହ ପ୍ରାୟ ୨୦ ବର୍ଷ ଧରି ମାଲକାନଗିରି ଜିଲାରେ ନିଜର ଆଧିପତ୍ୟ ବିସ୍ତାର କରିଥିବା ବେଳେ ଚିତ୍ରକୋଣ୍ଡା ଜଳଭଣ୍ଡାର ଲଞ୍ଚ ଆକ୍ରମଣରେ ୩୫ଜଣଙ୍କୁ ହତ୍ୟା, ବିଏସ୍‌ଏଫ୍‌ ଯବାନଙ୍କୁ ଆକ୍ରମଣ, କାଲିମେଳା ତେଲରାଇ ଆକ୍ରମଣରେ ୧୧ଜଣ ପୋଲିସଙ୍କୁ ହତ୍ୟା ଭଳି ବହୁ ଘଟଣାରେ ଉଭୟଙ୍କ ସମ୍ପୃକ୍ତି ରହିଥିଲା। ମାଲକାନଗିରି ପୋଲିସ ଦାମୋଦରଙ୍କ ନାମରେ ୨୦ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା। ବର୍ତ୍ତମାନ ଦାମୋଦର ଆନ୍ଧ୍ର ଓଡ଼ିଶା ସ୍ବତନ୍ତ୍ର ଜୋନାଲ କମିଟିରେ କାର୍ଯ୍ୟ କରୁଥିବା ବେଳେ ମାଲକାନଗିରି ସହ ଆନ୍ଧ୍ରରେ ଶହେରୁ ଊର୍ଦ୍ଧ୍ୱ ମାଓବାଦୀ ହିଂସାରେ ଜଡିତ ଥିଲେ। ସେ ମ୍ୟାଲେରିଆରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ବିଡି ଗ୍ରାମରୁ ତାଙ୍କୁ ଗିରଫ କରାଯାଇଥିବା ଏଏସ୍‌ପି ସତୀଶ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri