ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟିଥିଲା। ସଂଯୁକ୍ତାଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ସହ ପରିବାରର ଜଣଙ୍କୁ ଚାକିରି ଦେବା ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ମାନବାଧିକାର କର୍ମୀ ସୁଜିତ ସାହୁ ଗତ ଏପ୍ରିଲ ୧୭ରେ ଅଭିଯୋଗ କରିଥିଲେ। ଏ ନେଇ ଏନ୍‌ଏଚ୍‌ଆର୍‌ସିରେ କେସ୍‌ ନଂ. ୧୫୪୩/୧୯ ରୁଜୁ ହୋଇ ଶୁଣାଣି ଆରମ୍ଭ ହୋଇଥିଲା। ମୃତ ସଂଯୁକ୍ତାଙ୍କ ପରିବାର ଲୋକଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସମେତ ପୂରା ଘଟଣାର ରିପୋର୍ଟ ଦେବାକୁ ମାନବାଧିକାର କମିଶନର କନ୍ଧମାଳ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ନିର୍ଦ୍ଦେଶ ପାଇବା ପରେ କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଘଟଣାର ପୁଙ୍ଖାନୁଫୁଙ୍ଖ ତଦନ୍ତ କରିବା ସହ ମୃତ ସଂଯୁକ୍ତାଙ୍କ ପରିବାର ଲୋକଙ୍କ ପାଇଁ ହୋଇଥିବା ବ୍ୟବସ୍ଥା ସମ୍ପର୍କରେ ଏକ ରିପୋର୍ଟ ପ୍ରଦାନ କରିଥିଲେ। ସରକାରୀ ନିୟମ ଅନୁଯାୟୀ ଧାର୍ଯ୍ୟ ପରିମାଣର କ୍ଷତିପୂରଣ ଦିଆଯିବା ସହ ପରିବାରର ଜଣଙ୍କୁ ସରକାରୀ ଚାକିରି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଥିବା ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ଏ ନେଇ କେତେକ ସରକାରୀ କାଗଜପତ୍ର କାମ ଚାଲିଛି, ସମସ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ ତାଙ୍କ ପରିବାରକୁ କ୍ଷତିପୂରଣ ଏବଂ ତାଙ୍କ ସ୍ବାମୀଙ୍କୁ ଚାକିରି ଦିଆଯିବ ବୋଲି ଏସ୍‌ପି ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଥିବା ଜଣାପଡ଼ିିଛି। ଶାଶୁଘର ଓ ବାପଘର ଲୋକଙ୍କର ଏକମାତ୍ର ସାହାରା ଥିଲେ ସଂଯୁକ୍ତା। ତାଙ୍କର ମୃତ୍ୟୁ ଘଟିବା ପରେ ପରିବାର ଲୋକେ ବେସାହାରା ହୋଇଯାଇଥିଲେ। କେହି ରୋଜଗାରିଆ ନ ଥିବାରୁ ଦୁଇ ପରିବାରରେ ଆର୍ଥତ୍କ ସମସ୍ୟା ଦେଖାଦେଇଥିଲା। କ୍ଷତିପୂରଣ ସହ ସ୍ବାମୀଙ୍କୁ ସରକାରୀ ଚାକିରି ମିଳିବ ବୋଲି ଖବର ଶୁଣିବା ପରେ ପରିବାର ଲୋକେ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଥିଲା। ନିଜ ଡ୍ୟୁଟି ପଡ଼ିିଥିବା ସ୍ଥାନକୁ ସଂଯୁକ୍ତା ଏବଂ ଅନ୍ୟ ୩ଜଣ ଏକ ବୋଲେରେରେ ଏପ୍ରିଲ ୧୭ରେ ଯାଉଥିଲେ। ବାରାହାଲା ନିକଟ ରାସ୍ତାରେ ମାଓବାଦୀମାନେ ଲ୍ୟାଣ୍ଡମାଇନ ଖଞ୍ଜିଥିଲେ। ଅଧାରାସ୍ତାରେ ଡ୍ରାଇଭର ଜାଣିପାରି ଗାଡ଼ି ପଛକୁ ନେଇଥିଲେ। ଏହି ସମୟରେ ମାଓବାଦୀମାନେ ଗୁଳି ମାଡ଼ କରିଥିଲେ। ଅନ୍ୟ ୩ଜଣ ଭୟରେ ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇଥିବାବେଳେ ସଂଯୁକ୍ତା ଓହ୍ଲାଇ ପାରି ନ ଥିଲେ। ମୁଣ୍ଡରେ ଗୁଳି ବାଜି ଟଳିପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri