ମାଓବାଦୀଙ୍କ ହିଂସାକାଣ୍ଡ: ୨ ଶ୍ରମିକଙ୍କୁ ନିସ୍ତୁକ ମାଡ

ରାୟଗଡ଼ା ଅଫିସ,୨୨।୧: କିଛି ଦିନର ନୀରବତା ପରେ ପୁଣି ଲାଲବାହିନୀର ବର୍ବରକାଣ୍ଡ। ଠିକା କ୍ୟାମ୍ପରେ ଲଙ୍କାକଣ୍ଡ ଘଟାଇ ରାୟଗଡ଼ା ଜିଲାରେ ପୁଣିଥରେ ନିଜର ଉପସ୍ଥିତିକୁ ଜାହିର କରିଛି ଲାଲ ବାହିନୀ। ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରାୟ ୫୦ରୁ ୬୦ ଜଣ ସଶସ୍ତ୍ର ନକ୍ସଲ ଆସି ନିୟମଗିରି ପାହାଡର ବୁଡୁଣୀଠାରୁ ଗୁମ୍ମା ଗ୍ରାମକୁ ହେଉଥିବା ରାସ୍ତା ନିର୍ମାଣକୁ ବିରୋଧ କରିବା ସହ ଠିକା କ୍ୟାମ୍ପରେ ପଶି ଶ୍ରମିକମାନଙ୍କୁ ବନ୍ଧୁକ ମୁନରେ ଭୟଭୀତ କରିଥିଲେ। ପରେ ୨ଜଣ ଶ୍ରମିକଙ୍କୁ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। କିଛି ସମୟ ପରେ ଠିକା କାମରେ ନିୟୋଜିତ ଥିବା ଦୁଇଟି ଜେସିବି, ଗୋଟିଏ ରୋଲର ଓ ଗୋଟିଏ ମିଚୋର ମେସିନ ପୋଡ଼ି ଦେଇଛନ୍ତି। ଏହାସହ ଘଟଣାସ୍ଥଳରେ ୩ଟି ମାଓବାଦୀ ପୋଷ୍ଟର ଛାଡ଼ି ଯାଇଥିବା ଦେଖିବାକୁ ମିଳିଛି। ଏହାସହ ରାସ୍ତାକାମକୁ ବିରୋଧ କରିବା ସହ ଓ ଉଭୟ ଶ୍ରମିକ ଓ ଠିକାଦାରଙ୍କୁ ହତ୍ୟା ଧମକ ଦିଆଯାଇଛି । ମାଓବାଦୀଙ୍କ ଲଙ୍କାକଣ୍ଡ ପରେ ଉକ୍ତ ଅଞ୍ଚଳରେ କୋକୁଆ ଭୟ ଦେଖା ଦେଇଛି। ବର୍ତ୍ତମାନ ସୁଦ୍ଧା ଘଟଣାସ୍ଥଳରେ ପୋଲିସ ପହଞ୍ଚି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri