ମାଗଣାରେ ଜମି ନେଇଛ, ଚିକିତ୍ସା ପାଇଁ ଟଙ୍କା ମାଗୁଛ

ନୂଆଦିଲ୍ଲୀ,୨୮ା୫(ପି.ଟି.): ସରକାରଙ୍କଠାରୁ ମାଗଣାରେ ଜମି ନେଇ ପ୍ରତିଷ୍ଠା କରାଯାଇଥିବା ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ରୋଗୀଙ୍କୁ କାହିଁକି ମାଗଣାରେ ଚିକିତ୍ସା କରାଯିବ ନାହିଁ। ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି।
ସାରା ଦେଶରେ ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ନିୟନ୍ତ୍ରଣ ପାଇଁ ନିର୍ଦ୍ଦେଶନାମା ଜରି କରିବା ଲାଗି ଏକ ପିଟିଶନ ଦାଏର ହୋଇଥିଲା। ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ଓ ହୃଷୀକେଶ ରୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଭିଡିଓ କନ୍‌ଫରେନ୍ସ ଜରିଆରେ ଆଇନଜୀବୀ ସଚିନ ଜୈନ ଦାଏର କରିଥିବା ଉକ୍ତ ଆବେଦନର ଶୁଣାଣି କରିଛନ୍ତି। ଖଣ୍ଡପୀଠ କହିଛନ୍ତି, ଦେଶରେ ଏମିତି ଅନେକ ଘରୋଇ ହସ୍ପିଟାଲ ରହିଛି, ଯାହା ସରକାରଙ୍କଠାରୁ ମାଗଣାରେ କିମ୍ବା ଅତି କମ୍‌ ମୂଲ୍ୟରେ ମିଳିଥିବା ଜମିରେ ନିର୍ମିତ ହୋଇଛି। ସେହି ହସ୍ପିଟାଲଗୁଡ଼ିକରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ଚିକିତ୍ସା ମାଗଣାରେ କରାଯିବା ଉଚିତ। ଏଭଳି ହସ୍ପିଟାଲଗୁଡ଼ିକୁ କେନ୍ଦ୍ର ସରକାର ଚିହ୍ନଟ କରନ୍ତୁ ବୋଲି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମାମଲାର ପରବର୍ତ୍ତୀ ଶୁଣାଣି ସପ୍ତାହେ ପରେ କରିବାକୁ ଧାର୍ଯ୍ୟ କରିଛନ୍ତି। କେନ୍ଦ୍ର ପକ୍ଷରୁ ମାମଲା ପରିଚାଳନା କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ବାଢ଼ିଥିଲେ ଯେ, ଏହା ଏକ ନୀତି ସମ୍ପର୍କିତ ପ୍ରସଙ୍ଗ ହୋଇଥିବାରୁ ଏନେଇ ସରକାର ନିଷ୍ପତ୍ତି ନେବେ। ତେବେ ଏ ସମ୍ପର୍କରେ ସେ ଜବାବ ରଖିବେ। ଆବେଦନକାରୀଙ୍କ ପିଟିଶନ ଉପରେ ଜବାବ ରଖିବା ପାଇଁ ଏପ୍ରିଲ ୩୦ରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଘରୋଇ ହସ୍ପିଟାଲଗୁଡ଼ିକ କରୋନା ସଂକ୍ରମିତ ରୋଗୀଙ୍କୁ ବ୍ୟବସାୟିକ ଶୋଷଣ କରୁଛନ୍ତି ବୋଲି ଆଇନଜୀବୀ ସଚିନ ଜୈନ ଏଥିରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri