ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାରା ତାରିଣୀଙ୍କ ପୀଠକୁ ଆସି ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ସମୀକ୍ଷା କରିଥିଲେ। ଯାତ୍ରା ସମୟରେ ଭକ୍ତମାନେ ଏଣିକି ମାଗଣାରେ ଦର୍ଶନ କରିବେ ବୋଲି ଜିଲାପାଳ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନରୁ ଦର୍ଶନ ବାବଦରେ ଟିକେଟ ଦୁଇ ଟଙ୍କା ମାତ୍ର ରହିଥିବା ବେଳେ ଚଳିତବର୍ଷ ଆଉ ଦେବାକୁ ପଡିବ ନାହିଁ। ମାତ୍ର ସ୍ବତନ୍ତ୍ର ଦର୍ଶନ ବାବଦରେ ୫୦ ଟଙ୍କା ବଦଳରେ ୧୦୦ ଟଙ୍କା ଲେଖାଏ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।
ଦୂର ଦୂରାନ୍ତରୁ ଶିଶୁଙ୍କୁ ନେଇ ଆସୁଥିବା ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି ସ୍ବତନ୍ତ୍ର ଟିକେଟ ଛତ୍ରପୁର ଓ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ରିମ ବିକ୍ରି ଲାଗି ବ୍ୟବସ୍ଥାର ଲକ୍ଷ୍ୟ ରଖାଯାଇଛି। ଏହା ଆଗାମୀ ବୈଠକରେ ଜଣାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଜାଗା ସଂଙ୍କୀର୍ଣ୍ଣ ଥିବାରୁ ଶିଶୁଙ୍କ ମୁଣ୍ଡନ କାର୍ଯ୍ୟ ଚଳିତ ଯାତ୍ରାରେ ପାହାଡ ଉପର ବଦଳରେ ତଳେ କରାଯିବ।
ଶିଶୁମାନେ ଯାତ୍ରାରେ ହଜିଯାଉଥିବାରୁ ସେମାନଙ୍କ ପକେଟରେ କିମ୍ବା ବେକରେ ଶିଶୁଙ୍କ ନାମ ସହିତ ମାତା ପିତାଙ୍କ ନଁ। ଓ ଠିକଣାର ଲଗାଯିବ, ମୋବାଇଲ ଟଏଲଟର ବ୍ୟବସ୍ଥା କରିବା, ଭକ୍ତମାନେ ସୁରକ୍ଷିତ ଭାବେ ମା’ଙ୍କ ଦର୍ଶନ ଲାଗି ଧାଡି ବାନ୍ଧି ଯିବାର ବ୍ୟବସ୍ଥା କରିବା, ଖରାରୁ ରକ୍ଷା ଲାଗି ଟେଣ୍ଟ ପକାଇବା, ପାନୀୟ ଜଳ ଯୋଗାଣର ବ୍ୟବସ୍ଥା ଆଦି କରିବା ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ଏସ୍ଡିପିଓ ସୀମା ସ୍ବାଇଁ, ବିଡିଓ ସୀମାଞ୍ଚଳ ମହାନ୍ତି, ଆଇଆଇସି ଜଗନ୍ନାଥ ମଲ୍ଲିକ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ତପନ କୁମାର ପାଣିଗ୍ରାହୀ, ଗ୍ରାମ୍ୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ ତୁଷାରକାନ୍ତ ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ ରେଡ୍ଡୀ, ମନ୍ଦିର ଉନ୍ନୟନ ପରିଷଦର ସମ୍ପାଦକ ପ୍ରମୋଦ କୁମାର ପଣ୍ଡା, ପୁରୁଷୋତ୍ତମପୁର ଏନଏସି କାର୍ଯ୍ୟ ନିର୍ବାହୀ ଏ ନାଗେଶ୍ୱର ରାଓ, ସେବାୟତ ସଂଘର ସଭାପତି ତପନ କୁମାର ରଣା, ପୂଜକ ବାପୁଜୀ ରଣା ପ୍ରମୁଖ ଉପସ୍ଥିତ ଥିଲେ।
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...
ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ
ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...
ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
Archives


