Posted inଫୁରସତ

ମାଗଣାରେ ମାସ୍କ ବାଣ୍ଟୁଛନ୍ତି କ୍ୟାବ୍‌ ଡ୍ରାଇଭର

ବେଙ୍ଗାଲୁରୁ: କରୋନା ଭାଇରସ୍‌ ଭୟରେ ଏବେ ସବୁଆଡେ ଏକ ପ୍ରକାରର ଭୟର ବାତାବରଣ ସୃଷ୍ଟି ହୋଇଛି । ଏଥିପାଇଁ ଲୋକେ ସତର୍କତା ସ୍ବରୂପ ମାସ୍କ କିଣି ପିନ୍ଧୁଛନ୍ତି । କେତେକ ସ୍ଥାନରେ ଲୋକେ ଏତେ ସଂଖ୍ୟାରେ ମାସ୍କ କିଣୁଛନ୍ତି ଯେ ବଜାରରେ ମାସ୍କ ଅଭାବ ଦେଖାଦେଇଛି । ଏଭଳି ଏକ ସମୟରେ ଲୋକଙ୍କୁ ମାଗଣାରେ ମାସ୍କ କିଣି ବାଣ୍ଟୁଛନ୍ତି ବାଙ୍ଗାଲୋରର ଜଣେ କ୍ୟାବ୍‌ ଡ୍ରାଇଭର । ଡ୍ରାଇଭରଙ୍କ ନାଁ ହେଉଛି ଆଜମ ଖାନ୍‌ । ସେ ତାଙ୍କ କ୍ୟାବରେ ଯାଉଥିବା ସମସ୍ତ ଯାତ୍ରୀଙ୍କୁ ମାଗଣାରେ ମାସ୍କ ବାଣ୍ଟୁଛନ୍ତି । ଆଜମ ଥରେ ତାଙ୍କ ପାଖରେ ଥିବା ଏକ ନୂଆ ମାସ୍କକୁ ଜଣେ ଯାତ୍ରୀଙ୍କୁ ଦେଇଥିଲେ । ଏହାପରେ ସେ ଚିନ୍ତା କରିଥିଲେ କି ମାସ୍କ ଆବଶ୍ୟକତା ଥିବା ସମସ୍ତ ଯାତ୍ରୀଙ୍କୁ ସେ ମାସ୍କ ବାଣ୍ଟିବେ । ଏହା ପରଠାରୁ ସେ ପ୍ରତିଦିନ ପ୍ରାୟ ୧୦ ରୁ ଅଧିକ ମାସ୍କ କିଣୁଛନ୍ତି ଏବଂ ଯେଉଁ ଯାତ୍ରୀମାନଙ୍କ ପାଖରେ ମାସ୍କ ନଥାଏ ସେମାନଙ୍କୁ ଦେଇଥାନ୍ତି । ଆଜମଙ୍କ ମତରେ କ୍ୟାବରେ ସବୁ ପ୍ରକାରର ଲୋକ ଆସୁଛନ୍ତି । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ତେଣୁ ସମସ୍ତଙ୍କୁ ସଚେତନ କରିବା ନିହାତି ଜରୁରୀ ହୋଇଥିବାରୁ ସେ ନିଜ ହାତରୁ ଖର୍ଚ୍ଚ କରି ଏହି ପଦକ୍ଷେପ ନେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri