ମା’ଙ୍କ ଜନ୍ମଦିନରେ ଦାମୀ କାର୍‌ ଉପହାର ଦେଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର୍‌ ହିରୋ କାର୍ତ୍ତିକ ଆର୍ୟନ୍‌ଙ୍କୁ ନେଇ ଆଜିକାଲି ଖୁବ୍‌ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍‌ କ୍ୟାରିୟର୍‌ ଭିତରେ ସେ ବେଶ୍‌ ଲୋକପ୍ରିୟତା ହାସଲ କରିସାରିଲେଣି। କେବେ ନିଜ ଅଭିନୟକୁ ନେଇ ତ କେବେ ଲଭ୍‌-ଆଫାୟର୍ସ କାରଣରୁ କାର୍ତ୍ତିକ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ନିଜ ମା’ଙ୍କ ଜନ୍ମଦିନରେ ତାଙ୍କୁ ଏକ ଦାମୀ କାର୍‌ ଉପହାର ଦେଇ କାର୍ତ୍ତିକ ପୁଣି ଖବରକୁ ଆସିଛନ୍ତି।
ନିକଟରେ କାର୍ତ୍ତିକ ନିଜ ମା’ଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ମା’ଙ୍କ ସହ ମୁମ୍ବାଇସ୍ଥିତ ମୁକ୍ତେଶ୍ୱର ମନ୍ଦିର ଯିବା ସହ ଏକ ଦାମୀ କାର୍‌ ମଧ୍ୟ ଉପହାରରେ ଦେଇଛନ୍ତି। ପ୍ରାୟ ୪୩.୩୯ କୋଟି ମୂଲ୍ୟର ମିନି କୁପର୍‌ କନ୍‌ଭର୍ଟିବଲ କାର୍‌ କାର୍ତ୍ତିକ ନିଜ ମା’ଙ୍କୁ ଜନ୍ମଦିନରେ ଉପହାର ଦେଇଛନ୍ତି। ସେ ଖାଲି ଉପହାର ଦେଇ ନାହାନ୍ତି, ମା’ଙ୍କୁ କାର୍‌ ରାଇଡ୍‌ରେ ମଧ୍ୟ ନେଇକି ଯାଇଛନ୍ତି। ତେବେ ଏହି ସବୁ ଦୃଶ୍ୟ କ୍ୟାମେରାରେ କଏଦ ହୋଇ ସୋସିଆଲ ମିଡିଆରେ ଏବେ ଭାଇରାଲ୍‌ ହେଉଛି। କାର୍ତ୍ତିକଙ୍କ ଫ୍ୟାନ୍‌ କ୍ଲବ୍‌ ପକ୍ଷରୁ ଏହାକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି। ଏହାସହ କାର୍ତ୍ତିକ ମଧ୍ୟ ନିଜ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲ୍‌ରେ ମା’ଙ୍କ ସହ ନିଜ ପିଲାବେଳର ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଯେତେବେଳେ କାର୍ତ୍ତିକ ବଲିଉଡ୍‌ରେ ଷ୍ଟ୍ରଗଲ କରୁଥିଲେ, ସେହି ସମୟରେ ଦିନେ ତାଙ୍କ ମା’ ଉକ୍ତ କାର୍‌ ବିଷୟରେ ତାଙ୍କୁ କହିଥିଲେ। ଆଜି ସଫଳତା ପାଇବା ପରେ କାର୍ତ୍ତିକ ତାଙ୍କ ମା’ଙ୍କୁ ଏହି ଉପହାର ଦେଇ ଖୁସି କରିଦେଇଛନ୍ତି।
ଅନ୍ୟପଟେ କାର୍ତ୍ତିକ-ସାରା ଅଲୀ ଖାନଙ୍କ ଅଭିନୀତ ଫିଲ୍ମ ‘ଲଭ୍‌ ଆଜ୍‌ କଲ୍‌’ର ଟ୍ରେଲର୍‌ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଏଥିରେ ଉଭୟଙ୍କ ଦମ୍‌ଦାର କେମିଷ୍ଟ୍ରି ଦେଖିବାକୁ ମିଳିଛି। ଇମ୍‌ତିଆଜ୍‌ ଅଲୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଫେବୃୟାରୀ ୧୪ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri