Posted inଖେଳ

ମା’ଙ୍କ ପାଇଁ ଯନ୍ତ୍ରଣା ସହି କ୍ରିକେଟ ମୈଦାନରେ ଖେଳି ଚାଲିଥିଲେ ଏହି ଖେଳାଳି

ମାଞ୍ଚେଷ୍ଟର, ୨୦।୬: ଆୟୋଜକ ଇଂଲଣ୍ଡ ବିଶ୍ୱକପର ୨୪ତମ ମ୍ୟାଚରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୩୯୭ ରନ ବିଶାଳ ଲକ୍ଷ୍ୟକୁ ପିଛା କରି ଆଫଗାନିସ୍ତାନ ୮ ଉଇକେଟ ହରାଇ ୨୪୭ ରନରେ ସୀମିତ ରହି ଆତ୍ମସମର୍ପଣ କରିଥିଲା। ଏହି ମ୍ୟାଚ୍‌ ଚାଲିଥିଲାବେଳେ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ ହଶମତୁଲ୍ଲାହ ସାହିଦ ବ୍ୟାଟିଂ କରୁଥିଲେ। ତାଙ୍କୁ ବୋଲିଂ କରୁଥିଲେ ଇଂଲଣ୍ଡର ମାର୍କ ବୁଡ୍‌। ବୁଡ୍‌ଙ୍କ ଏକ ବାଉନସର୍‌ ବଲ୍‌ ସାହିଦ୍‌ଙ୍କ ହେଲମେଟ୍‌ରେ ବାଜିଥିଲା। ଫଳରେ ହେଲମେଟ୍‌ଟି ଫାଟିଯିବା ସହ ସେ ତଳେ ପଡିଯାଇଥିଲେ। ଦଳର ଫିଜିଓ ଆସି ତାଙ୍କୁ କିଛି ସମୟ ବ୍ୟାଟିଂ ନ କରିବା ପାଇଁ ପରାମର୍ଶ ଦେଇଥିଲେ। କିନ୍ତୁ ସେ ତୁରନ୍ତ ଉଠି ଖେଳିଥିଲେ ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ମ୍ୟାଚ୍‌ ପରେ ଏନେଇ ସାହିଦଙ୍କୁ ପଚରାଯିବାରୁ ସେ କହିଥିଲେ, ମୋ ପରିବାର ମ୍ୟାଚ୍‌ ଦେଖୁଥିଲେ। ଷ୍ଟାଡିୟମରେ ମୋ ଭାଇ ଉପସ୍ଥିତ ଥିଲେ। ମୁଁ ସେମାନଙ୍କୁ ଚିନ୍ତିତ ଅବସ୍ଥାରେ ଦେଖିବାକୁ ଚାହୁଁ ନ ଥିଲି। ଗତବର୍ଷ ପିତାଙ୍କ ମୃତ୍ୟୁ ପରେ ମୋ ମା’ ସମ୍ପୂର୍ଣ୍ଣ ଭାଙ୍ଗିପଡିଛନ୍ତି। ତାଙ୍କୁ ଆଉ କଷ୍ଟ ଦେବାକୁ ଚାହୁଁ ନ ଥିଲି ବୋଲି ସାହିଦ କହିଛନ୍ତି। ସୂଚନାଯୋଗ୍ୟ, ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଶାହିଦ୍‌ ସର୍ବାଧିକ ୭୬ରନ୍‌ର ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri