ମାଙ୍କଡ଼ ଆକ୍ରମଣରେ ଛାତରୁ ପଡ଼ି ମହିଳାଙ୍କ ମୃତ୍ୟୁ

ବିଞ୍ଝାରପୁର/ବରୀ,୪ା୧ (ଡି.ଏନ.ଏ/ସ୍ବ.ପ୍ର.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରିଲୋ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କୁ ମାଙ୍କଡ଼ ଆକ୍ରମଣ କରିବାରୁ ସେ ଛାତରୁ ଖସି ପଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ମୃତ ମହିଳା ହେଉଛନ୍ତି ଉକ୍ତ ଗ୍ରାମର ଅରୁଣ ସ୍ବାଇଁଙ୍କ ସ୍ତ୍ରୀ ଜୟନ୍ତୀ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧/୨୦) ରୁଜୁ କରିଛି।
ପ୍ରକାଶ ଯେ, ଜୟନ୍ତୀ ଶୁକ୍ରବାର ସକାଳେ ଛାତ ଉପରକୁ ଲୁଗା ଶୁଖାଇବାକୁ ଯାଇଥିଲେ। ଏହି ସମୟରେ ମାଙ୍କଡ଼ ତାଙ୍କୁ ଆକ୍ରମଣ କରିଥିଲା। ଏଥିରେ ଭୟଭୀତ ହୋଇ ଜୟନ୍ତୀ ଦୌଡ଼ି ପଳାଇ ଯାଉଥିବାବେଳେ ଛାତରୁ ତଳକୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ଗ୍ରାମରେ ଚାଞ୍ଚଲ୍ୟ ଖେଳିଯାଇଛି। ଏବେ ସେହି ଅଞ୍ଚଳରେ ମାଙ୍କଡ଼ ଉପଦ୍ରବକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ମାଙ୍କଡ଼ ବିଭିନ୍ନ ସମୟରେ ଲୋକଙ୍କୁ ଆକ୍ରମଣ କରିବା ସମ୍ପର୍କରେ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହେଲେ ମଧ୍ୟ ସରକାର କିମ୍ବା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri