Posted inରାଜ୍ୟ

‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍‌ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍‌ଜିଟି ନୋଟିସ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଜିଟି ପକ୍ଷରୁ ଏନେଇ ଜିଲାପାଳ, ଏସପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଗତ ୧୬ ତାରିଖରେ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ବେଆଇନ ଭାବେ ଖନନ ହୋଇଥିବା ପଥରକୁ ଜବତ କରିବା, ଖଣି ଅଞ୍ଚଳକୁ ତାର ବାଡ ଦେଇ ସୁରକ୍ଷା ଦେବା, ବନୀକରଣ କରିବା ସହ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସାମିଲ କରି ଜଳ ଅମଳ ପ୍ରକଳ୍ପ ନିର୍ମାଣ କରିବାକୁ ମଧ୍ୟ ଆଦେଶ ଦିଆଯାଇଛି। ସେହିପରି ପରିବେଶ କ୍ଷୟକ୍ଷତିର ଆକଳନ କରି ସ୍ଥିରତା ଫେରାଇ ଆଣିବା ଏବଂ ସମ୍ପୃକ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ସକାଶେ ସୁରକ୍ଷାକର୍ମୀ ନିୟୋଜିତ କରିବା ପାଇଁ କୁହାଯାଇଛି ା ଏସଂକ୍ରାନ୍ତରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୮ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି।
ଉଲ୍ଲେଖନୀୟ ଯେ, ମଦନପୁର ଅଞ୍ଚଳରେ ବେଆଇନ ଖଣିରେ ସୁଧାଂଶୁ ଶେଖର ମଲ୍ଲିକ ଓ ଅନ୍ୟମାନେ ଏହି ବେଆଇନ ମାଙ୍କଡା ପଥର ଖନନ ଘଟଣା ନେଇ ସୁଧାଂଶୁ ଶେଖର କୁଅଁର ଓ ଅନ୍ୟ ଜଣେ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ସଚୀବ, ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ସଚୀବ, ଘଷିପୁରା ତହସିଲଦାର, ଏସପି କେନ୍ଦୁଝର, ଓଡିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୂତ କରାଯାଇଥିଲା। ଟ୍ରିବ୍ୟୁନାଲ ଏହାର ଶୁଣାଣି କରି ଜିଲାପାଳ ତଥା ଅନ୍ୟମାନଙ୍କୁ ବେଆଇନ ଖନନ ରୋକିବାକୁ କଣ ପଦକ୍ଷେପ ନିଆଯାଇଛି ତାହାର ରିପୋର୍ଟ ମାଗିଥିଲେ। ଏନେଇ ଜିଲାପାଳ ସ୍ଥାନୀୟ ପ୍ରଶାସନ ନେଇଥିବା ପଦକ୍ଷେପ ସମ୍ପର୍କରେ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ। ଆନନ୍ଦପୁର ଡିଏଫଓ ଏଦିଗରେ ପଦକ୍ଷେପ ନେଇ ୨୩ ଲକ୍ଷ ୫୩ ହଜାର ୩୬୪ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟ୍ରିବ୍ୟୁନାଲଙ୍କୁ ଅବଗତ କରାଯାଇଥିଲା। ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ ଦର୍ଶାଇ ଟ୍ରିବ୍ୟୁନାଲ ଏଦିଗରେ କଡ଼ା ପଦକ୍ଷେପ ନେବାକୁ ଉପରୋକ୍ତ ନୋଟିସ ଜାରି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri