କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏନ୍ଜିଟି ପକ୍ଷରୁ ଏନେଇ ଜିଲାପାଳ, ଏସପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଗତ ୧୬ ତାରିଖରେ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ବେଆଇନ ଭାବେ ଖନନ ହୋଇଥିବା ପଥରକୁ ଜବତ କରିବା, ଖଣି ଅଞ୍ଚଳକୁ ତାର ବାଡ ଦେଇ ସୁରକ୍ଷା ଦେବା, ବନୀକରଣ କରିବା ସହ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସାମିଲ କରି ଜଳ ଅମଳ ପ୍ରକଳ୍ପ ନିର୍ମାଣ କରିବାକୁ ମଧ୍ୟ ଆଦେଶ ଦିଆଯାଇଛି। ସେହିପରି ପରିବେଶ କ୍ଷୟକ୍ଷତିର ଆକଳନ କରି ସ୍ଥିରତା ଫେରାଇ ଆଣିବା ଏବଂ ସମ୍ପୃକ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ସକାଶେ ସୁରକ୍ଷାକର୍ମୀ ନିୟୋଜିତ କରିବା ପାଇଁ କୁହାଯାଇଛି ା ଏସଂକ୍ରାନ୍ତରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୮ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି।
ଉଲ୍ଲେଖନୀୟ ଯେ, ମଦନପୁର ଅଞ୍ଚଳରେ ବେଆଇନ ଖଣିରେ ସୁଧାଂଶୁ ଶେଖର ମଲ୍ଲିକ ଓ ଅନ୍ୟମାନେ ଏହି ବେଆଇନ ମାଙ୍କଡା ପଥର ଖନନ ଘଟଣା ନେଇ ସୁଧାଂଶୁ ଶେଖର କୁଅଁର ଓ ଅନ୍ୟ ଜଣେ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ସଚୀବ, ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ସଚୀବ, ଘଷିପୁରା ତହସିଲଦାର, ଏସପି କେନ୍ଦୁଝର, ଓଡିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୂତ କରାଯାଇଥିଲା। ଟ୍ରିବ୍ୟୁନାଲ ଏହାର ଶୁଣାଣି କରି ଜିଲାପାଳ ତଥା ଅନ୍ୟମାନଙ୍କୁ ବେଆଇନ ଖନନ ରୋକିବାକୁ କଣ ପଦକ୍ଷେପ ନିଆଯାଇଛି ତାହାର ରିପୋର୍ଟ ମାଗିଥିଲେ। ଏନେଇ ଜିଲାପାଳ ସ୍ଥାନୀୟ ପ୍ରଶାସନ ନେଇଥିବା ପଦକ୍ଷେପ ସମ୍ପର୍କରେ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ। ଆନନ୍ଦପୁର ଡିଏଫଓ ଏଦିଗରେ ପଦକ୍ଷେପ ନେଇ ୨୩ ଲକ୍ଷ ୫୩ ହଜାର ୩୬୪ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟ୍ରିବ୍ୟୁନାଲଙ୍କୁ ଅବଗତ କରାଯାଇଥିଲା। ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ ଦର୍ଶାଇ ଟ୍ରିବ୍ୟୁନାଲ ଏଦିଗରେ କଡ଼ା ପଦକ୍ଷେପ ନେବାକୁ ଉପରୋକ୍ତ ନୋଟିସ ଜାରି କରିଥିବା ସୂଚନା ମିଳିଛି।
‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍ଜିଟି ନୋଟିସ
ବରଗଡ଼ ଆସୁଛନ୍ତି ଓଏସସିପିସିଆର୍ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…
ରାଜପଥରେ ଲୁଟ୍ପାଟ୍: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍ ଭେସେଲ୍) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…
ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…
ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..
ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…
ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ
କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…
ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି
ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…
ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ
କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…
କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…
Archives

