ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗଁ।,୧ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତକ ହେଲେ ପ୍ରମା ପ୍ରଧାନ (୪୫)।
ପ୍ରକାଶ ଯେ, ସାରଙ୍ଗଗଡ ଥାନା ଗୁଞ୍ଜିବାଡି ପଞ୍ଚାୟତ ଉପରସାହିର ପ୍ରମା ଓ ତାଙ୍କ ପୁଅ ସୁନୀଲଙ୍କ ମଧ୍ୟରେ ସକାଳୁ ଜମିଜମାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପରେ ପ୍ରମା ବାରିପଟକୁ କାମ କରିବାକୁ ଯାଇଥିଲେ। କାମ କରୁଥିବାବେଳେ ଘରେ ଥିବା ଏକ ଟାଙ୍ଗିଆ ନେଇ ପୁଅ ସୁନୀଲ ପ୍ରମାଙ୍କୁ ପଛପଟୁ ହାଣିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ସାରଙ୍ଗଗଡ ପୋଲିସ ଗଁ।ରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ମେଡିକାଲକୁ ପଠାଇଥିଲା। ସୁନୀଲଙ୍କୁ ଥାନାକୁ ଆଣି ପଚରାଉଚରା ପରେ ନଂ.୧୫/୨୦ରେ ଏକ ହତ୍ୟା ମାମଲା ରୁଜୁକରି ଗିରଫ କରାଯାଇଛି। ପାରିବାରିକ ଗଣ୍ଡଗୋଳ ଓ ଜମିଜମା ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଆଇଆଇସି ଅନିତା କିଡୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri