ମା’ଙ୍କୁ ବଳାତ୍କାର, ନାବାଳକ ପୁଅ ସହ ଅପ୍ରାକୃତିକ ଯୌନ କ୍ରିୟା: ନୟାଗଡ଼ ଡିଇଓ କାର୍ଯ୍ୟାଳୟର ଷ୍ଟେନୋଙ୍କୁ ଜେଲ

ଖୋର୍ଦ୍ଧା ଅଫିସ,୨୬ା୧୧: ମା’କୁ ବଳାତ୍କାର, ନାବାଳକ ପୁଅକୁ ଅପ୍ରାକୃତିକ ଯୌନ କ୍ରିୟା କରି ନୟାଗଡ଼ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟର ଷ୍ଟେନୋ ସୁରେନ୍ଦ୍ର ବାରିକ (୫୮) ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର ପରେ ସୁରେନ୍ଦ୍ରଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ସୁରେନ୍ଦ୍ରଙ୍କର ଘର ପୁରୀ ଜିଲା ଡେଲାଙ୍ଗ ଥାନା ବେରବୋଇ ଗଁାରେ। ସୁରେନ୍ଦ୍ର ନୟାଗଡ଼ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଷ୍ଟେନୋ ଭାବେ ଚାକିରି କରି ଖୋର୍ଦ୍ଧା ଆଦର୍ଶ ଥାନା ବିଡ଼ିଏ କଲୋନୀଠାରେ ଏକ ସରକାରୀ ଜମିରେ ଘର କରି ରହୁଥିଲେ। ନୟାଗଡ ଅଞ୍ଚଳର ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଘରେ ରଖି ଘର କାମ କରାଉଥିଲେ। ଉକ୍ତ ମହିଳାଙ୍କର ଏକ ୭ବର୍ଷର ପୁଅ ଅଛି। ମା’ଙ୍କୁ ବଳାତ୍କାର, ନାବାଳକ ପୁଅଙ୍କ ସହ ଅପ୍ରାକୃତିକ ଯୌନ କ୍ରିୟା କରିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଆଇପିସି ଦଫା ୩୭୬, ୩୭୭, ୩୧୨, ୨୯୪, ୫୦୬, ୩୨୩, ୩୭୭ରେ ନଂ. ୪୨୦/୧୯ରେ ମାମଲା ରୁଜୁ କରି ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri