ମାଛ ଧରାକୁ ନେଇ ସଂଘର୍ଷ ଘଟଣା: ୩ ମାମଲା ରୁଜୁ, ଗ୍ରାମରେ ପୋଲିସ ଛାଉଣୀ

ଗୋପାଳପୁର,୩ା୧୦-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାମେୟାପାଟଣା ଓ ଚନ୍ଦନବାଡ଼ ଗ୍ରାମର ବାହୁଦା ନଦୀରେ ମାଛ ଧରିବାକୁ ନେଇ ମଙ୍ଗଳବାର ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ଗୋଳନ୍ଥରା ପୋଲିସ ୩ ମାମଲା ରୁଜୁ କରିଛି । ବୁଧବାର ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର ଚନ୍ଦନବାଡ଼ ଓ ରାମେୟାପାଟଣା ଯାଇ ସ୍ଥିତି ଅନୁଧ୍ୟାନ କରି ଗ୍ରାମବାସୀଙ୍କ ସହ ଆଲାଚନା କରିଥିଲେ । ବର୍ତ୍ତମାନ ଗ୍ରାମରେ ୪ ପ୍ଲାଟୁନ ଫୋର୍ସ ପଇଁତରା ମାରୁଥିବା ବେଳେ ଗୋଳନ୍ଥରା ଥାନା ପକ୍ଷରୁ ପାଟ୍ରୋଲିଂ କଡ଼ାକଡ଼ି କରିଛନ୍ତି । ଏସ୍‌ଡିପିଓ ମହାପାତ୍ର କିଭଳି ଶାନ୍ତି ଫେରିବ ସେନେଇ ଭଦ୍ରଲୋକଙ୍କ ଉପସ୍ଥିତିରେ ଗ୍ରାମରେ ଆଲୋଚନା କରିଥିଲେ । ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ଏସ୍‌ଡିପିଓ ମହାପାତ୍ର ସୂଚନା ଦେଇଛନ୍ତି । ଆହତ ପି.ରାମେୟା ଓ କେ. ଜାନକୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଗୋଳନ୍ଥରା ଥାନାରେ ରାମେୟାପାଟଣାର ପି. କାର୍ଲେୟା, ବି. କାମ୍ମାମା ଓ ଚନ୍ଦନବାଡ଼ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି । ନଂ. ୨୩୯, ୨୪୦, ୨୪୧/୧୯ରେ ଉଭୟ ପକ୍ଷର ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ନଁାରେ ମାମଲା ରୁଜୁ କରାଯାଇଛି । ଖୁବଶୀଘ୍ର ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରାଯିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି। ପ୍ରକାଶଯେ, ୨ ବର୍ଷ ହେଲା ଚନ୍ଦନବାଡ଼, ରାମେୟାପାଟଣା ଗ୍ରାମବାସୀ ବାହୁଦା ନଦୀରେ ମାଛ ଧରିବାକୁ ନେଇ ବିବାଦ ଲାଗି ରହିଛି । ବର୍ତ୍ତମାନ ସୁଦ୍ଧା ତାର କୌଣସି ସମାଧାନ ନ ହେବା ଫଳରେ ଗତ ୧ ବର୍ଷ ହେଲା ଉକ୍ତ ଅଞ୍ଚଳରେ ୧୪୪ ଦାରା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri