ମାଛ ବଜାର ଭିଡ କମାଇବାକୁ ମାର୍କିଂ କଲା ପୋଲିସ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ୨୧ଦିନିଆ ଲକ୍‌ ଡାଉନ୍‌ ବ୍ୟବସ୍ଥା କରାଯାଇଛି । ବଲାଙ୍ଗୀର ଜିଲା ଓ ସହରରେ ଏହି ଲକ୍‌ ଡାଉନ୍‌କୁ କଡାକଡି ଭାବେ ପାଳନ କରାଯାଉଛି । ଏହି ସମୟରେ ନିତ୍ୟ ଆବଶ୍ୟକ ସାମଗ୍ରୀ, ଖାଦ୍ୟ, ପନିପରିବା କିଣିବା ପାଇଁ ପ୍ରଶାସନ ପକ୍ଷରୁ ସକାଳ ୭ରୁ ୧୦ ଓ ଅପରାହ୍ଣ ୩ରୁ ୬ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ ବୋଲି ଘୋଷଣା କରାଯାଇଛି । ଦିନକୁ ଦିନ ପରିପରିବା ଅଭାବ ଓ ମୂଲ୍ୟ ବୃଦ୍ଧି ଘଟୁଥିବାରୁ ତଥା କରୋନା ସଂକ୍ରମଣରେ ମାଛ, ମାଂସ, ଅଣ୍ଡା ଖାଇବା ଉପରେ କୌଣସି ପ୍ରତିବନ୍ଧକ ନଥିବା ଘୋଷଣା ପରେ ଆମିଷ ଖାଦ୍ୟ ପ୍ରତି ଲୋକଙ୍କ ଆଦର ବଢ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହି କାରଣରୁ ସକାଳ ୭ଟାରୁ ମାଂସ, ମାଛ ଦୋକାନରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି । କରୋନା ସଂକ୍ରମଣରେ ଭିଡି ହିଁ ବିପଦ ବୋଲି କୁହାଯାଉଥିଲେ ମଧ୍ୟ ଲୋକେ କାହାରି କଥା ଶୁଣୁ ନାହାନ୍ତି । ମାଛ, ମାଂସ ସରିଯିବ ବୋଲି ଭିଡ ଭିତରେ ଟଣାଉଟରା ହେଉଛନ୍ତି । ପୋଲିସ ପକ୍ଷରୁ ବ୍ୟାପକ ସଚେତନତା କଲେ ମଧ୍ୟ ଲୋକେ ଏହାକୁ ମାନୁ ନାହାନ୍ତି । ଏଭଳି ସ୍ଥିତିକୁ ଲକ୍ଷ୍ୟ କରି ବଲାଙ୍ଗୀର ଟାଉନ୍‌ ପୋଲିସ ସ୍ଥାନୀୟ ରୁଗୁଡିପଡା ମାଛ ବଜାର, ଡେଲିମାର୍କେଟରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ଚୂନ ପକାଇ ମାର୍କିଂ କରିଛି । ଏହି ମାର୍କିଂ ଭିତରେ ରହି ଲୋକେ ମାଛ ଓ ମାଂସ କିଣି ପାରିବେ ବୋଲି ଟାଉନ୍‌ ଥାନା ଆଇଆଇସି ସଂଗ୍ରାମ କେଶରୀ ପଟ୍ଟନାୟକ ଲୋକଙ୍କୁ ସୂଚନା ଦେଇଛନ୍ତି । ଏହାର ଖିଲାପ କରାଗଲେ ଉଭୟ ବିକ୍ରେତା ଓ କ୍ରେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri