ମାଛ ମାର୍କେଟରେ ଲୋକେ ରଖୁନାହାନ୍ତି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୧୦ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ଏକମାତ୍ର ବିକଳ୍ପ। ଏଥିପାଇଁ ସରକାର ସାରାଦେଶରେ ଲକ୍‌ଡାଉନ୍‌ କରି ଅତି ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରିଆସୁଛନ୍ତି। ମାତ୍ର ଏହାକୁ ବହୁଲୋକ ଖାତିର ନ କରି ମନଇଚ୍ଛା ବଜାରରେ ଜିନିଷ କିଣିବାରେ ଗହଳି କରୁଥିବା ଦେଖାଯାଉଛି। କଟକ ଜିଲା କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ଅଡ଼ଶପୁର ହାଟକୁ ପ୍ରଶାସନ ୨ଦିନିଆ ପରିବର୍ତ୍ତେ କେବଳ ଶୁକ୍ରବାର ଅନୁମତି ଦେବା ସହ ଏହାକୁ ମାଧବାନନ୍ଦ ମଠ ପଛପଟକୁ ସ୍ଥାନାନ୍ତର କରିଛନ୍ତି। ଟ୍ରାଫିକ ସମସ୍ୟା ପାଇଁ ଅଡ଼ଶପୁର ତ୍ରିଛକିରେ ବସୁଥିବା ଦୈନିକ ମାଛ ଓ ପରିବାହାଟକୁ କଟକସଦର ଉପଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟକୁ ସ୍ଥାନାନ୍ତର କରାଯାଇଛି। ଏହାସତ୍ତ୍ୱେ ଗ୍ରାହକମାନେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନ ଦେଇ ଜିନିଷପତ୍ର କିଣୁଥିବା ଦେଖାଯାଉଛି। ଶୁକ୍ରବାର ଏହି ମାର୍କେଟରେ ବହୁସଂଖ୍ୟକ ଲୋକ ମାଛ କିଣୁଥିବା ବେଳେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ନ ଥିବାର ଦେଖାଯାଇଥିଲା। ଗୁରୁବାର ହାଇକୋର୍ଟଙ୍କ ରାୟ ପରେ ପୋଲିସ ପ୍ରଶାସନ ଟିକିଏ କୋହଳ ଥିବାରୁ ରାସ୍ତାରେ ୨ ଚକିଆ ଯାନର ଗହଳି ଥିବାର ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri