ମାଟି ତଳୁ ମିଳିଲା ପୁରାତନ ଦୀପଷ୍ଟାଣ୍ଡ

ଚମ୍ପୁଆ/ଝୁମ୍ପୁରା/ପାଟଣା,୧।୬(ଡି.ଏନ.ଏ/ସ୍ବ.ପ୍ର.)-ଚମ୍ପୁଆ ଉପଖଣ୍ଡ ଅନ୍ତର୍ଗତ ଝୁମ୍ପୁରା ବ୍ଲକ ଟୁକୁଡିହା ପଞ୍ଚାୟତ ଅଧୀନ ରସବନ୍ତଳା ଗ୍ରାମରୁ ପୁରାତନ କାଳରେ ବ୍ୟବହାର ହେଉଥିବା ସୌଖୀନଯୁକ୍ତ କାରୁକାର୍ଯ୍ୟ ସମ୍ପନ୍ନ ଏକ ଦୀପଷ୍ଟାଣ୍ଡ ମାଟି ତଳୁ ଉଦ୍ଧାର କରାଯାଇଛି। ଏହା ରାଜା ରାଜରାଜୁଡ଼ା ସମୟରେ ବ୍ୟବହାର କରାଯାଉଥିଲା ବୋଲି ଅନୁମାନ କରାଯାଇଛି। ସୋମବାର ସକାଳୁ ରସବନ୍ତଳା ଗ୍ରାମର ଯୁବ ସାମାଜିକ କର୍ମୀ ଇଂ ବିନୋଦ କୁମାର ନାଏକ ତାଙ୍କ ବାଡିରେ ହଳ କରୁଥିବା ସମୟରେ କୌଣସି ଏକ ଜିନିଷ ତାଙ୍କ ଲଙ୍ଗଳରେ ଲାଗୁଥିବା ଅନୁମାନ କରିଥିଲେ। ପରେ ତାହା ଖୋଳିବାରୁ ଏହା ଏକ ପୁରାତନ ଦୀପଷ୍ଟାଣ୍ଡ ବୋଲି ଜାଣିବାକୁ ପାଇଥିଲେ। ଏହି ଦୀପଷ୍ଟାଣ୍ଡର ରଙ୍ଗ ରୂପାର ରଙ୍ଗ ହୋଇଥିବା ବେଳେ ଏହାର ଓଜନ ପ୍ରାୟ ୩ .କି.ଗ୍ରାରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଇଛି। ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ଅସନପାଟ ଅଞ୍ଚଳରେ ଶିବଙ୍କ ଏକ ନଟରାଜ ମୂର୍ତ୍ତି ଉଦ୍ଧାର ହୋଇ ତାହା ଏବେ ସଂଗ୍ରହାଳୟରେ ଶୋଭା ବର୍ଦ୍ଧନ କରୁଛି। ତେଣୁ ସ୍ଥାନୀୟ ଅଞ୍ଚଳରେ ବହୁ ପୁରାତନ କୀର୍ତ୍ତିରାଜି ଭୂମିଷ୍ଠ ଅବସ୍ଥାରେ ରହିଥିବା ସ୍ଥାନୀୟ ଲୋକେ ମତ ଦେଇଛନ୍ତି। ଏଣୁ ସରକାରଙ୍କ ପକ୍ଷରୁ ଅସନପାଟଠାରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରିବା ଏବଂ କେନ୍ଦୁଝର ଜିଲାରୁ ମିଳୁଥିବା ପ୍ରତ୍ନତତ୍ତ୍ୱ ସାମଗ୍ରୀର ରକ୍ଷଣାବେକ୍ଷଣ କରିବାକୁ ସଂଗ୍ରାହକ ଭଣ୍ଡା ସଞ୍ଜିବନୀ ସାହିତ୍ୟ ସଂସଦ ସମ୍ପାଦକ ଡମ୍ବରୁ ମହାନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri