ମାଟି ତଳୁ ମିଳିଲା ୬୦୩୩ ମଣିଷ କଙ୍କାଳ ଓ ହଜାର ହଜାର ଗୁଳି

ଗିଟେଗା,୧୬।୨: ପୂର୍ବ ଆଫ୍ରିକାରେ ଥିବା ବୁରୁଣ୍ଡିରୁ ଖନନ ସମୟରେ ମାଟି ତଳୁ ୬୦୩୩ ମଣିଷ କଙ୍କାଳ ମିଳିଛି। ଏହା ସହିତ ହଜାର ହଜାର ଗୁଳି ମଧ୍ୟ ଉଦ୍ଧାର ହୋଇଛି। ଏତେ ସଂଖ୍ୟକ ଲୋକଙ୍କ ମାରି ଏଠାରେ ପୋତି ଦିଆଯାଇଥିବା କୁହାଯାଉଛି। କରୁସି ପ୍ରଦେଶର ୬ଟି ସ୍ଥାନରେ ଖନନ କରାଯାଇ ଏହି କଙ୍କାଳ ଉଦ୍ଧାର ହୋଇଛି। ଏହା ସହିତ ଚଷମା, ପର୍ସ ସହିତ ଅନ୍ୟ କେତେକ ସାମଗ୍ରୀ ମିଳିଛି। ମିଳିଥିବା ସାମଗ୍ରୀରୁ କଙ୍କାଳ କାହାର ତାହା ଚିହ୍ନଟ ହୋଇପାରିବ ବୋଲି ସ୍ଥାନୀୟ ପୋଲିସ ସୂଚନା ଦେଇଛି। କିଛିଦିନ ତଳେ ସରକାର ଦେଶର ୪୦୦୦ ସାମୁହିକ କବର ଖୋଳିବା ପାଇଁ ନିଷ୍ପତ୍ତି ନେଇଥିଲେ। ବୁରୁଣ୍ଡିରେ ୧୯୯୩ରୁ ୨୦୦୫ ପର୍ଯ୍ୟନ୍ତ ହୋଇଥିବା ଗୃହଯୁଦ୍ଧରେ ବହୁ ସଂଖ୍ୟକ ଲୋକଙ୍କୁ ହତ୍ୟା କରାଯାଇ ସାମୁହିକ ଭାବେ ପୋତି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଗୃହଯୁଦ୍ଧ ସମୟରେ ୩ ଲକ୍ଷରୁ ଅଧିକ ଲୋକଙ୍କୁ ହତ୍ୟା କରାଯାଇଥିବା କୁହାଯାଉଛି। ଏଠାରେ ୧୯୬୫, ୧୯୬୯, ୧୯୭୨, ୧୯୮୮ ଏବଂ ୧୯୯୩ରେ ନର ସଂହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri