ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିବା ବେଳେ ସେଥିମଧ୍ୟରୁ ୬୦ହଜାର ଛାତ୍ରୀଛାତ୍ର କେବଳ ଇଂଲିଶ ବିଷୟରେ ଫେଲ୍‌ ହୋଇଛନ୍ତି। ସେହିପରି ‘ଇ’ ଗ୍ରେଡ୍‌ ରଖି ୧ଲକ୍ଷ ୨୨ହଜାର ୬୨ଜଣ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ସେଥିମଧ୍ୟରୁ ୭୩ ପ୍ରତିଶତ ଇଂଲିଶରେ ଜଷ୍ଟ୍‌ ପାସ୍‌ କରିଛନ୍ତି। ବର୍ଷ ବର୍ଷ ଧରି ଇଂଲିଶରେ ପାସ୍‌ ହାର କମିଚାଲିଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଯାଇଛି। ଚଳିତବର୍ଷ ଇଂଲିଶରେ ଖରାପ କରିଥିବା ସ୍କୁଲଗୁଡ଼ିକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରିପୋର୍ଟ ମାଗିଛି। ଏ ନେଇ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଶୂନ ଫଳ କରିଥିବା ୮୨ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ ଛାତ୍ରୀଛାତ୍ରଙ୍କୁ ସ୍କୁଲସ୍ତରରେ ସ୍ପୋକନ୍‌ ଇଂଲିଶ କ୍ଲାସ୍‌ ଯୋଗାଇ ଦିଆଯିବ। ସେପଟେ ଶିକ୍ଷାବିତ୍‌ମାନେ ଏହାକୁ ନେଇ ତୀବ୍ର ନିନ୍ଦା କରିବା ସହ ବିଭାଗ ଉପରେ ଦୋଷ ଲଦିଛନ୍ତି। ବିଷୟଭିତ୍ତିକ ଶିକ୍ଷକଙ୍କ ଅଭାବ, ୪୦ହଜାର ଶିକ୍ଷକ ପଦବୀ ଖାଲି ଏବଂ ତୃଣମୂଳ ସ୍ତରରେ ଇଂଲିଶ ପଢ଼ାଇବାରେ ବିଫଳତା ଏହାର ମୁଖ୍ୟ କାରଣ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri