ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ୩୫୦ ସିସିଟିଭି

ଅନୁଗୋଳ ଅଫିସ, ୧୨।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଚଳିତ ବର୍ଷ ଅନୁଗୋଳ ଜିଲାରେ ମୋଟ୍‌ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ ୮୫ଟି କେନ୍ଦ୍ରରେ ପରୀକ୍ଷା ଦେବେ। ତେବେ ୩୧ଟି ସମ୍ବେଦନଶୀଳ କେନ୍ଦ୍ରରେ ବୋର୍ଡ ନିର୍ଦ୍ଦେଶ ଅନୁସାରେ ୩୫୦ଟି ସିସିଟିଭି ଖଞ୍ଜାଯାଇଥିବା ବେଳେ ଅସାଧୁ ଉପାୟ ଅବଲମ୍ବନ କରୁଥିବା ଛାତ୍ରୀଛାତ୍ରଙ୍କୁ ଧରିବା ପାଇଁ ବୋର୍ଡ ପକ୍ଷରୁ ସେଣ୍ଟ୍ରାଲ ସ୍କ୍ବାଡ୍‌ ସହ ଫ୍ଲାଇଙ୍ଗ ସ୍କ୍ବାଡ୍‌ ଗଠନ କରାଯାଇଛି। କିନ୍ତୁ ଜିଲା ଶିକ୍ଷା ବିଭାଗ ଅଦ୍ୟାବଧି ନିଜସ୍ବ ସ୍କ୍ବାଡ୍‌ ଗଠନ କରି ନ ଥିବା ବେଳେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ ମଧ୍ୟ ତାଲିମ ପ୍ରଦାନ କରି ନ ଥିବା ସୂଚନା ମିଳିଛି।
ଜିଲାରେ ଏହି ପରୀକ୍ଷାକୁ ସୁପରିଚାଳନା ସହ କିପରି ପରୀକ୍ଷା ସମୟରେ ସୁପରିଣ୍ଟେଣ୍ଡେଣ୍ଟମାନେ ନିଜର ଭୂମିକା ନିର୍ବାହ କରିବେ ସେ ନେଇ ପ୍ରଶିକ୍ଷଣ ପ୍ରଦାନ କରାଯିବା କଥା। ହେଲେ ଅଦ୍ୟାବଧି ତାହା ଅନୁଗୋଳ ଜିଲାରେ ହୋଇ ନ ଥିବା ସୂଚନା ମିଳିଛି। ଏପରି କି ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଗଠନ ହେବାକୁ ଥିବା ସ୍କ୍ବାଡ୍‌ ମଧ୍ୟ ଅଦ୍ୟାବଧି ଗଢ଼ାଯାଇନାହିଁ। ଅନ୍ୟପକ୍ଷରେ ଜିଲାରେ କରାଯାଇଥିବା ୮ଟି ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ସହ ଉତ୍ତରଖାତା ନିଆଯାଇ ପରୀକ୍ଷା ଦିନ ସକାଳ ୬ଟାରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚାଯିବ। ଏ ନେଇ ପ୍ରତି ନୋଡାଲ ସେଣ୍ଟରରେ ଜଣେ ଲେଖାଏ ମାଜିଷ୍ଟ୍ରେଟ ଓ ପୋଲିସ ଦେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଛି। ଏହି ଅଧିକାରୀମାନେ ପ୍ରଶ୍ନପତ୍ର ସହ ଉତ୍ତରଖାତାର ସିଲ୍‌ ଯାଞ୍ଚ କରିବାକୁ ଅନୁରୋଧ କରାଯାଇଛି। ସେହିପରି ଅନୁଗୋଳ ଜିଲା ପାଇଁ ବୋର୍ଡ ପକ୍ଷରୁ ଜଣେ ଅଧ୍ୟାପକଙ୍କୁ ସେଣ୍ଟ୍ରାଲ ସ୍କ୍ବାଡ୍‌ ଦାୟିତ୍ୱ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସେହିପରି ଫ୍ଲାଇଙ୍ଗ ସ୍କ୍ବାଡ୍‌ ଦାୟିତ୍ୱ ସାଉଥ ବଲଣ୍ଡା ମହାବିଦ୍ୟାଳର ଅଧ୍ୟାପକ ଅମରେନ୍ଦ୍ର ମିଶ୍ର ଓ କିଶୋରନଗର ମହାବିଦ୍ୟାଳୟର ଅଧ୍ୟାପକ ଦଧିବାବନ ପ୍ରଧାନଙ୍କୁ ବୋର୍ଡ ପକ୍ଷରୁ ପ୍ରଦାନ କରାଯାଇଛି। ତେବେ ଚଳିତ ସପ୍ତାହ ଶେଷ ଆଡ଼କୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କ୍ବାଡ୍‌ ଗଠନ କରାଯିବ। ସେହିପରି ବୋର୍ଡ ପକ୍ଷରୁ ୩୧ଟି କେନ୍ଦ୍ରକୁ ସମ୍ବେଦନଶୀଳ କେନ୍ଦ୍ର ଭାବେ ଘୋଷଣା କରାଯାଇ ସେଠାରେ ୩୫୦ଟି ସିସିଟିଭି ଲଗାଯିବା ପ୍ରକ୍ରିୟା ଜାରିରହିଛି। ପରୀକ୍ଷା କେନ୍ଦ୍ର ସହ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟରେ ମଧ୍ୟ ସିସିଟିଭି ଲଗାଯିବାର ବ୍ୟବସ୍ଥା ରହିଛି। ଏ ନେଇ ଜିଲା ଶିକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରାଙ୍କ ବଦଳି ହୋଇଛି। ସେ ରିଲିଭ୍‌ ମଧ୍ୟ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri