ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ: ଢେଙ୍କାନାଳ ଜିଲାରେ ପାସ୍‌ ହାର ୭୨.୦୨%

ଢେଙ୍କାନାଳ ଅଫିସ, ୨୨।୫- ପ୍ରକାଶ ପାଇଛି ମାଟ୍ରିକ୍‌ ପରୀକ୍ଷା ଫଳ। ଢେଙ୍କାନାଳ ଜିଲାରେ ପାସ୍‌ ହାର ରହିଛି ୭୨.୦୨%। ପରୀକ୍ଷା ଦେଇଥିବା ୧୬,୮୨୦ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୨,୦୦୩ ଜଣ ପାସ୍‌ କରିଛନ୍ତି। ଏକ୍ସ-ରେଗୁଲାରରେ ୪୭୧ଜଣ ପରୀକ୍ଷା ଦେଇଥିବାବେଳେ ୧୯୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହା ୪୦.୭୭%। ଚଳିତବର୍ଷ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି ଝିଅ। ଜିଲାରେ ୧୫୪ଜଣ କପି କରି ଧରାପଡ଼ିଛନ୍ତି, ଯାହା ରାଜ୍ୟସ୍ତରରେ ସର୍ବାଧିକ ବୋଲି ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ସୂଚନା ଦେଇଛନ୍ତି।
ଜିଲାରେ ମୋଟ ୨୭୦ ହାଇସ୍କୁଲର ୧୭,୧୦୮ଜଣ ଫର୍ମପୂରଣ କରିଥିବାବେଳେ ୮୨ କେନ୍ଦ୍ରରେ ୧୬,୮୨୦ଜଣ ପରୀକ୍ଷା ଦେଇଥିଲେ। ୧୨,୦୦୩ଜଣ ପାସ୍‌ କରିଛନ୍ତି। ତନ୍ମଧ୍ୟରେ ୬,୦୩୮ ଝିଅ ଏବଂ ୫,୯୪୫ଜଣ ପୁଅ ା ଏ-୧ରେ ୩୮, ଏ-୨ରେ ୨୬୭, ବି-୧ରେ ୭୮୦, ବି-୨ରେ ୧୬୧୨, ‘ସି’ରେ ୨,୪୮୫, ‘ଡି’ ରେ ୩,୩୩୫, ‘ଇ’ରେ ୩,୪୮୬ଜଣ ପାସ୍‌ କରିଛନ୍ତି। ୪,୬୬୩ଜଣ ଫେଲ୍‌ ହୋଇଛନ୍ତି। ଏ-୧ରେ ପାସ୍‌ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ସନ୍ଧ୍ୟାସୁଦ୍ଧା ୩୫ଜଣଙ୍କ ସୂଚନା ଜିଲା ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ହୋଇଛି। ତଦନୁଯାୟୀ, କାମାକ୍ଷାନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର କଳ୍ପତରୁ ସାହୁ ସର୍ବାଧିକ ୫୬୫ ନମ୍ବର ରଖି ଆଗରେ ରହିଛନ୍ତି। ଉକ୍ତ ସ୍କୁଲର ରାଜେଶ ପାଣିଗ୍ରାହୀ ୫୬୪ ମାର୍କ ରଖି ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଏହିକ୍ରମରେ କାନପୁରା ପଞ୍ଚାୟତିରାଜ ହାଇସ୍କୁଲର ସତ୍ୟବ୍ରତ ବେହେରା ତୃତୀୟ (୫୬୨), ଢେଙ୍କାନାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଅନିଲ କୁମାର ସାହୁ ଚତୁର୍ଥ (୫୫୫), ଜିରାଳ ହାଇସ୍କୁଲର ଜୟଶ୍ରୀ ନୂପୁର ପଞ୍ଚମ (୫୫୪) ସ୍ଥାନରେ ରହିଥିବା ଜଣାପଡ଼ିଛି।
ପରୀକ୍ଷାରେ କପି ଧରପଗଡ଼ରେ ଢେଙ୍କାନାଳ ପ୍ରଥମ ସ୍ଥାନରେ ରହିଛି। ଅସାଧୁ ଉପାୟ ଅବଲମ୍ବନ କରି ରାଜ୍ୟରେ ୧୦୩୯ଜଣ ଧରାପଡ଼ିଥିବାବେଳେ


Enter your email to get our daily news in your inbox.

All Right Reserved By Dharitri.Com

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri