ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌ ଶତକଡ଼ା ୯୦.୧୬ ପ୍ରତିଶତ ନମ୍ବର ରଖି ଜିଲାରେ ଶକ୍ତିପ୍ରସାଦ ରାଉତ ଟପ୍ପର ହୋଇଛନ୍ତି। ଚଳିତବର୍ଷ ଜିଲାରେ ୩୧ଟି ପରୀକ୍ଷା କେନ୍ଦ୍ରରେ ୧୦୯ଟି ବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ ା ଜଣେ ମାଲ ପ୍ରାକ୍ଟିସରେ ଧରା ପଡ଼ିଥିଲେ ା ଜିଲାରେ ପରୀକ୍ଷା ଦେବାକୁ ୫୬୯୯ ଜଣ ଫର୍ମପୂରଣ କରଥିବା ବେଳେ ପରୀକ୍ଷା ବେଳେ ୧୮୩ ଜଣ ଅନୁପସ୍ଥିତ ଥିଲେ। ତେବେ ୫୫୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୭୧୨ ଜଣ ଛାତ୍ର ଓ ୧୫୦୮ ଜଣ ଛାତ୍ରୀଙ୍କ ସମେତ ମୋଟ ୩୨୨୦ ଜଣ ଛାତୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ ୱାନ ଗ୍ରେଡରେ ବାଲିମେଳା ଉଚ୍ଚ ବିଦ୍ୟାଳୟର ଛାତ୍ର ଶକ୍ତି ପ୍ରସାଦ ରାଉତ, ଏଟୁ ଗ୍ରେଡରେ ୧୮ ଜଣ, ବି-ୱାନ ଗ୍ରେଡରେ ୫୬ ଜଣ, ବିଟୁ ଗ୍ରେଡରେ ୧୩୪ ଜଣ, ୩୮୫ ଜଣ ସି, ୯୭୬ ଜଣ ଡି , ୧୬୫୦ ଜଣ ଇ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ଜଣାପଡିଛି। ୨୨୯୫ ଜଣ ଫେଲ ହୋଇଛନ୍ତି। ଜିଲାରେ ଟପ୍ପର ହୋଇଥିବା ଶକ୍ତି ପ୍ରସାଦ ତାଙ୍କର ଏହି ସଫଳତା ପାଇଁ ମାଆବାପା ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶ୍ରେୟ ଦେଇଛନ୍ତି। ଜଣେ ମେଧାବୀ ଛାତ୍ର ରୂପେ ଶକ୍ତିପ୍ରସାଦ ପାଠପଢ଼ା ସହ ବିଭିନ୍ନ ସମୟରେ ଅନେକ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ପାଇଆସୁଥିଲେ ବୋଲି ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri