ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍‌ ସଫଳତା

ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍‌ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଏହି କ୍ରମରେ ଅନୁଗୋଳରେ ୩୧ଟି ବିଦ୍ୟାଳୟକୁ ନୋଟିସ ପଠାଯାଇଛି। ଆସନ୍ତା ୧୭ ତାରିଖ ମଧ୍ୟରେ ଜବାବ ରଖିବାକୁ ବିଦ୍ୟାଳୟଗୁଡ଼ିକର ପ୍ରଧାନ ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନୋଟିସ୍‌ର ଜବାବ ନ ରଖିଲେ ବିଦ୍ୟାଳୟଗୁଡ଼ିକରେ ନୂତନ ନାମ ଲେଖା ପ୍ରକ୍ରିୟା ହୋଇପାରିବ ନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି।
ଅନୁଗୋଳ ଜିଲାରେ ମୋଟ ୨୪୬ଟି ବିଦ୍ୟାଳୟର ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷା ଦେଇଥିଲେ। ସେଗୁଡ଼ିକ ମଧ୍ୟରୁ ଜିଲାର ୫ଟି ବିଦ୍ୟାଳୟ ଶତପ୍ରତିଶତ ସଫତଳା ପାଇ ପୁରସ୍କୃତ ହୋଇଛି। ଜିଲାର ୩୧ଟି ବିଦ୍ୟାଳୟ ୫୦ ପ୍ରତିଶତରୁ କମ ଫଳାଫଳ କରିଥିବା ଜଣାପଡିଛି। ଅନୁଗୋଳ ବ୍ଲକର ୬, ଆଠମଲ୍ଲିକର ୭, କିଶୋରନଗରର ୩, ଛେଣ୍ଡିପଦାର ୬, ବଅଁରପାଳର ୩, ତାଳଚେରର ୫ ଓ ପାଲଲହଡ଼ାର ଗୋଟିଏ ବିଦ୍ୟାଳୟ ଏଥିରେ ସାମିଲ ହୋଇଛନ୍ତି। ଏହି ବିଦ୍ୟାଳୟଗୁଡିକୁ ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଚିଠି ନଂ ୬୦୧୬ରେ ସୋମବାର ଚିଠି କରାଯାଇଥିବା ସୂଚନା ମିଳିଛି। ଛାତ୍ରୀଛାତ୍ରମାନଙ୍କୁ କାହିଁକି ପରୀକ୍ଷାରେ କମ୍‌ ସଫଳତା ମିଳିଲା ଏହାର ଉତ୍ତର ଦେବାପାଇଁ ଚିଠିରେ କୁହାଯାଇଛି। ଶିକ୍ଷକମାନେ ଠିକ ଭାବେ ପାଠ ପଢ଼ାଉଥିଲେ କି ନାହିଁ ତାହାର ମଧ୍ୟ କାରଣ ଖୋଜା ଚାଲିଛି। ଏପରି କି ପ୍ରତି ସ୍କୁଲ ସେମାନଙ୍କର ଉତ୍ତର ନ୍ୟାୟିକ ଓ ସନ୍ତୋଷଜନକ ଭାବେ ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ନିର୍ଦ୍ଧାରିତ ତାରିଖ ମଧ୍ୟରେ ଉତ୍ତର ନ ରଖିଲେ ବିଦ୍ୟାଳୟଗୁଡ଼ିକରେ ନାମଲେଖା ବନ୍ଦ କରାଯିବା ସହ ସମସ୍ତ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କ ଦରମା ମଧ୍ୟ ବନ୍ଦ କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri