ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯ ଏବଂ ଓପଦା ବ୍ଲକର ୨ଟି କେନ୍ଦ୍ରର ପ୍ରଶ୍ନପତ୍ର ଗଚ୍ଛିତ ଥିଲା। ତେବେ ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ନିଆଁ ଲାଗିଥିଲା। କମ୍ପ୍ୟୁଟର, ପ୍ରିଣ୍ଟର ଆଦି ବିଭିନ୍ନ ସାମଗ୍ରୀରେ ନିଆଁ ଲାଗିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହେବା ପୂର୍ବରୁ ନୀଳଗିରି ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଖବରପାଇ ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀ, ନୀଳଗିରି ଥାନାଧିକାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରଶ୍ନପତ୍ର ନଷ୍ଟ ହୋଇ ନ ଥିବା କହିଛନ୍ତି। ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri