ମାଟ୍ରିକ୍‌ ବୃତ୍ତି ପରୀକ୍ଷା: ଆଜିଠାରୁ ଅନ୍‌ଲାଇନରେ ଆବେଦନ

କଟକ ଅଫିସ,୨୭ା୯ : ଆଲ୍‌ପି ଏଜୁକେଶନ ଟ୍ରଷ୍ଟ ପକ୍ଷରୁ ଅରୁଣୋଦୟ ମାର୍କେଟସ୍ଥିତ ଟ୍ରଷ୍ଟର ସମ୍ମେଳନ କକ୍ଷରେ ଗୁରୁବାର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ପକ୍ଷରୁ ବାର୍ଷିକ ମାଟ୍ରିକ ବୃତ୍ତି ପରୀକ୍ଷା ଆୟୋଜନ ହେବ। ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇପାରିବେ। ଏହା ମାଧ୍ୟମିକ ଶିକ୍ଷା ପରିଷଦର ଦଶମ ଶ୍ରେଣୀ ନୂଆ ସିଲାବସ୍‌ ଓ ପାର୍ଟନ ଅନୁସାରେ କରାଯିବ। ପ୍ରତିବର୍ଷ କେବଳ କଟକ ଜିଲାରେ ଏହି ପରୀକ୍ଷା ଅନୁଷ୍ଠିତ ହେଉଥିଲା। ଚଳିତବର୍ଷ ଟ୍ରଷ୍ଟ ପକ୍ଷରୁ ରାଜ୍ୟର ସମସ୍ତ ଜିଲାରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ପରୀକ୍ଷା ରାଜ୍ୟରେ ଗୋଟିଏ ଦିନ ଅନୁଷ୍ଠିତ ହେବ। ପ୍ରତି ଜିଲାର ଗୋଟିଏ କେନ୍ଦ୍ରରେ ପରୀକ୍ଷା କରାଯିବ। ୨୭ରୁ ଡିସେମ୍ବର ୭ ମଧ୍ୟରେ ଛାତ୍ରୀଛାତ୍ରମାନେ www.aalpee.in ୱେବସାଇଟ୍‌ AMSE-2020 ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ। ଡିସେମ୍ବର ୧୫ରେ ଛାତ୍ରୀଛାତ୍ରମାନଙ୍କୁ ଆର୍ଡମିଟ୍‌ କାର୍ଡ ମିଳିବ। ଏହାପରେ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି। ଟ୍ରଷ୍ଟ ପକ୍ଷରୁ ଶ୍ରେଷ୍ଠ ୫୦ଜଣ ପରୀକ୍ଷାର୍ଥୀଙ୍କୁ ବୃତ୍ତିରାଶି ଓ ମାନପତ୍ର ପ୍ରଦାନ କରାଯିବ। ଚଳିତବର୍ଷ ପରୀକ୍ଷା ପାଇଁ ଦେଢ ଲକ୍ଷ ଟଙ୍କା ବୃତ୍ତି ରାଶି ରହିଛି। ଛାତ୍ରୀଛାତ୍ରମାନେ ମାଟ୍ରିକ ପରୀକ୍ଷାରେ କିଭଳି ଭଲ କରିବେ, ସେଥିପାଇଁ ଏହା ଏକ ପୂର୍ବ ପ୍ରସ୍ତୁତି ବୋଲି ଟ୍ରଷ୍ଟର ପ୍ରତିଷ୍ଠାତା ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏଏମଏସଇ ବୋର୍ଡର ସଭ୍ୟ ମନୋଜ କୁମାର ଷଡଙ୍ଗୀ, ଡ. କିଶୋର ଚନ୍ଦ୍ର ଶତପଥୀ, ଅଜୟ କୁମାର ପୃଷ୍ଟି, ଉତ୍କଳ ରଞ୍ଜନ ଦାସ ଓ ସ୍ବାଧୀନ ଶେଖର ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri