ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ ସାହୁ ଅର୍ଥ ଆଦାୟ କରିବାକୁ ଗୁରୁବାର ଏ.କରଡ଼ାବାଡ଼ି ଓ ସୋରଡ଼ ଗ୍ରାମକୁ ଯାଇଥିଲେ। ଆଦାୟ ହୋଇଥିବା ଲକ୍ଷାଧିକ ଟଙ୍କା ଧରି ବାଇକରେ ଫେରୁଥିବା ବେଳେ ୩ ଜଣ ଯୁବକ ଏକ ବାଇକରେ ଏ.କରଡ଼ାବାଡ଼ି-ସୋରଡ଼ ରାସ୍ତା ମଝିରେ ରଜନୀକାନ୍ତଙ୍କୁ ଅଟକାଇଥିଲେ। ନିର୍ଦ୍ଧୁମ ମାଡ଼ ମାରି ତାଙ୍କ ବାଇକ ଓ ଲକ୍ଷାଧିକ ଟଙ୍କା ଲୁଟ କରି ଫେରାର ହୋଇଯାଇଥିଲେ। ଭଞ୍ଜନଗର ଏସ୍‌ଡିପିଓ, ବୁଗୁଡ଼ା ଥାନା ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା, ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ଓ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ଖବର ଲେଖା ହେବା ସୁଦ୍ଧା ବୁଗୁଡ଼ା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।
ପ୍ରକାଶଥାଉକି ମେ’ ୮ରେ ମଧ୍ୟ ବୁଗୁଡ଼ା ଥାନା ଚିଲିଖମା-ମାଣିତରା ରାସ୍ତାରେ ଉକ୍ତ କମ୍ପାନୀର ଜଣେ କର୍ମଚାରୀ ଲକ୍ଷାଧିକ ଟଙ୍କା ଧରି ଫେରୁଥିବା ବେଳେ କେତେକ ଯୁବକ ତାଙ୍କୁ ମାଡ଼ ମାରି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri