ମାଡାମ ତୁଷାଦରେ ପ୍ରଥମ ସାଉଥ୍‌ ଅଭିନେତ୍ରୀ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ପପୁଲାର ଅଭିନେତ୍ରୀ ତଥା ସିଂଘମ ଫ୍ରେମ୍‌ କାଜଲ ଅଗ୍ରଓ୍ବାଲ ନିଜ ଅଭିନୟ ଯାଦୁରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଛନ୍ତି। ପ୍ରଂଶସକ ତାଙ୍କୁ ବେଶ୍‌ ପସନ୍ଦ କରିଥିବା ବେଳେ କେତେକ ସୁପରହିଟ୍‌ ଫିଲ୍ମ ଦେଇ ସେ ଦେଶରେ ବେଶ୍‌ ନାଁ ମଧ୍ୟ କମାଇଛନ୍ତି। ହେଲେ କାଜଲ କେବଳ ଦେଶ ନୁହେଁ ବରଂ ଅନ୍ତରାଷ୍ଟ୍ରୀୟ ସ୍ତରରେ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସିଙ୍ଗାପୁରରେ ଥିବା ମାଡାମ ତୁଷାଦ ମ୍ୟୁଜିୟମ୍‌ରେ କାଜଲ ଅଗ୍ରଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ତିଆରି କରାଯାଇଛି, ଯାହାର ଉଦ୍‌ଘାଟନ ସେ ନିଜେ କରିଛନ୍ତି। ତାଙ୍କ ପ୍ରତିମୂର୍ତ୍ତିର ଉଦ୍‌ଘାଟନ ପାଇଁ କାଜଲ ପରିବାରଙ୍କ ସହ ସିଙ୍ଗାପୁରରେ ପହଞ୍ଚିଥିଲେ। ତେବେ କାଜଲଙ୍କ ପ୍ରତିମୂର୍ତ୍ତି ସହ ଜଡିତ କେତେକ ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ କାଜଲ ନିଜ ପ୍ରତିମୂର୍ତ୍ତି ସହ ଠିଆ ହୋଇଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ କାଜଲ ପର୍ପଲ କଲରର ଡ୍ରେସ୍‌ ପିନ୍ଧିଥିବା ବେଳେ ଅନ୍ୟପଟେ ତାଙ୍କ ପ୍ରତ୍ତିମୂର୍ତ୍ତି ସିଲଭର କଲରର ଆଉଟ୍‌ପିଟ୍‌ରେ ନଜର ଆସିଛି। ଏହା ଦେଖିବାକୁ ବେଶ୍‌ ସୁନ୍ଦର ହୋଇଥିବା ବେଳେ ସମସ୍ତଙ୍କୁ ଆକର୍ଷିତ କରୁଛି। ସୂଚନା ମୁତାବକ କାଜଲ ପ୍ରଥମ ସାଉଥ୍‌ ଅଭିନେତ୍ରୀ ଯାହାଙ୍କର ପ୍ରତିମୂର୍ତ୍ତି ମାଡାମ ତୁଷାଦରେ ସ୍ଥାନ ପାଇଛି। ସେହିପରି ବାହୁବଳି ପ୍ରଭାସ ମଧ୍ୟ ପ୍ରଥମ ସାଉଥ୍‌ ସୁପରଷ୍ଟାର ଯାହାଙ୍କର ପ୍ରତିମୂର୍ତ୍ତି ସେଠାରେ ସ୍ଥାନିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri