ମାଣତ୍ରୀ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଜ୍ୟୋତିର୍ଲିଙ୍ଗରେ ବେଲପତ୍ର ସହ ତୁଳସୀ ଲାଗି

ବଡସାହି,୧୩ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ପୀଠରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ା ପଞ୍ଚକ ୫ଦିନ ଧରି କଖାରୁଆ ମହାଦେବଙ୍କ ଜ୍ୟୋର୍ତିଲିଙ୍ଗରେ ଶ୍ରୀଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀର ମଞ୍ଜରୀ(ଜଟା) ସହିତ ବେଲପତ୍ର ଚଢା ହୋଇଥିଲା। ତେବେ ଶିବ ଲିଙ୍ଗରେ ବେଲପତ୍ର ପ୍ରତିବଦଳରେ ତୁଳସୀର ଜଟା ଲାଗି ହେବା ସ୍ବତନ୍ତ୍ରତା ଥିବାରୁ ଭକ୍ତଙ୍କ ଗହଳି ଲାଗିଥିଲା ା ପଞ୍ଚକ ସମୟରେ ଭାଗବତ ମତ ଅନୁଯାୟୀ ହରି ଓ ହରଙ୍କ ମିଳନ ହୋଇଥାଏ ା ଏଣୁ ହରିଙ୍କର ଅତିପ୍ରିୟ ତୁଳସୀ ଓ ହରଙ୍କ ଅତିପ୍ରିୟ ବେଲପତ୍ର ଲାଗି ହୋଇଥାଏ। ବହୁ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ମଙ୍ଗଳବାର ବଡିଭୋରରୁ ଉଠି ମନ୍ଦିର ସନ୍ନିକଟ କୁଣ୍ଡିରେ ବୁଡ ପକାଇ ବୋଇତ ଭସାଇଥିଲେ। ପରେ ମହାଦେବଙ୍କୁ ପୂଜାପାଠ,ଦର୍ଶନ କରିବା ସହିତ ବେଢା ପରିକ୍ରମା କରିଥିଲେ। ମହାମୃତ୍ୟୁଞ୍ଜୟ ମନ୍ତ୍ର ଉଚ୍ଚାରଣ ସହିତ ଭଜନ ସଂକୀର୍ତ୍ତନରେ ପରିବେଶ ଭକ୍ତିମୟ ହୋଇପଡିଥିଲା। ସନ୍ଧ୍ୟାରେ ମହାଦେବଙ୍କ ସୁନାବେଶ ଦେଖିବା ପାଇଁ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ବର୍ଷ ବର୍ଷ ଧରି ଭକ୍ତଙ୍କ ଭିଡକୁ ଦେଖି ଉଠା ଦୋକାନୀଙ୍କ ପସରା ଦିନକୁ ଦିନ ବଢିବାରେ ଲାଗିଛି ା ଘରକରଣା ଜିନିଷ ଠାରୁ ଆରମ୍ଭ କରି ବିଭିନ୍ନ ସ୍ବାଦର ଖାଦ୍ୟ ପରିବେଷଣ କରୁଥିବା ଦୋକନୀଙ୍କ ଠାରେ ଦିନତମାମ ଭିଡ ଲାଗିଥିଲା। ତେବେ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ ନିୟନ୍ତ୍ରଣ ଅଭାବ ପାଇଁ ସଂଯୋଗକାରୀ ରାସ୍ତା ଭିଡ଼ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଥିଲା ା ବିକେବି ଯୁବକ ସଂଘ ସଭାପତି ଓ ବଣିକ ସଂଘ କର୍ମକର୍ତ୍ତା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ା ସେହିପରି ଦେଉଳିଆ, ପ୍ରତାପପୁର, ସିଂହଟିଆ ଜଗନ୍ନାଥ ମନ୍ଦିର, ରାଧାକୃଷ୍ଣ ମନ୍ଦିର, ନୀଳକଣ୍ଠେଶ୍ୱର ମନ୍ଦିର ଓ ଶାଳଗାଁର ଗୋକୁଳ ଚନ୍ଦ୍ର ରାୟ ମହାପ୍ରଭୁଙ୍କ ମନ୍ଦିରମାନଙ୍କରେ ମଧ୍ୟ ଭକ୍ତଙ୍କ ସମାଗମ ହୋଇଥିଲା ା ବ୍ଲକରେ ପ୍ରବାହିତ ଗଙ୍ଗାହାର ଓ ବୁଢ଼ାବଳଙ୍ଗ ନଦୀ ଓ ଜଳାଶୟମାନଙ୍କରେ ପ୍ରତ୍ୟୁଷରେ ବୋଇତ ଭସାଣ ସାଙ୍ଗକୁ ଆତସବାଜି ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ବୈଶିଙ୍ଗା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri